Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡି ରାଜ୍ୟ ପରିଷଦ ବୈଠକ: ମତାମତ ବାକ୍ସ ମାଧ୍ୟମରେ ସୁପ୍ରିମୋଙ୍କୁ ପରାମର୍ଶ ଦେଲେ ଦଳୀୟ ନେତା

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେଡି ନବନିଯୁକ୍ତ ରାଜ୍ୟ ପରିଷଦର ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଥମଥର ପାଇଁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ନେତାମାନଙ୍କଠୁ ପରାମର୍ଶ ଲୋଡ଼ିଛନ୍ତି । ବୈଠକ ସ୍ଥଳରେ ଥିବା ମତାମତ ବାକ୍ସରେ ରାଜ୍ୟ ପରିଷଦର ପ୍ରତ୍ୟେକ ସଦସ୍ୟଙ୍କୁ ଉଭୟ ଦଳ ଓ ସରକାରର ସୁପରିଚାଳନା ଓ ଲୋକପ୍ରିୟତା ନିମନ୍ତେ ନିଜ ନିଜର ପରାମର୍ଶ ଦେବାକୁ ଶ୍ରୀ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି ।
ଏହି ରାଜ୍ୟ ପରିଷଦ ବୈଠକ ସମ୍ପର୍କରେ ଆଜି ଦଳ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କହିଥିଲେ ଯେ, ଦଳୀୟ ସଂଗଠନକୁ ସୁଦୃଢ଼ କରିବା ନିମନ୍ତେ ନିଆଯାଇଥିବା ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ ସମ୍ପର୍କରେ ୩୩ଟି ସାଂଗଠନିକ ଜିଲ୍ଲାର ସଭାପତିମାନେ ନିଜର ମତାମତ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ଦଳୀୟ କର୍ମୀମାନେ କିଭଳି ତୃଣମୂଳସ୍ତରରେ ସାଧାରଣ ଲୋକଙ୍କ ସ୍ୱାର୍ଥରେ କାର୍ଯ୍ୟାନ୍ୱୟନ କରୁଛନ୍ତି ତାହା ଜିଲ୍ଲା ସଭାପତିମାନେ କହିଥିଲେ । ବିଶେଷକରି ଜୀବନବିନ୍ଦୁ ମାଧ୍ୟମରେ ରକ୍ତ ସଂଗ୍ରହ, ପ୍ରବାସୀଙ୍କୁ ସହାୟତା, କୋଭିଡ୍ ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧନା, ମାସ୍କ ଓ ସାନିଟାଇଜର ବଂଟନ ଆଦି ଭଳି ସାମାଜିକ କାର୍ଯ୍ୟକ୍ରମ ବିଭିନ୍ନ ଜିଲ୍ଲା ସଂଗଠନ କରିଥିବା ସମ୍ପର୍କରେ ଶ୍ରୀମତୀ ମିଶ୍ର ସୂଚନା ଦେଇଥିଲେ । କେତେକ ସାଂଗଠନିକ ଜିଲ୍ଲାର ସଭାପତି ନିଜର ମତାମତକୁ ଉକ୍ତ ଡ୍ରପ ବକ୍ସରେ ପକାଇଥିବା ମଧ୍ୟ ଶ୍ରୀମତୀ ମିଶ୍ର କହିଥିଲେ ।
ସେହିପରି ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼େଇ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ନିଜେ ତୃଣମୂଳସ୍ତର କାର୍ଯ୍ୟ କରୁଥିବା ନେତାମାନଙ୍କଠୁ ପରାମର୍ଶ ଲୋଡ଼ିଛନ୍ତି । ସମସ୍ତ ପରାମର୍ଶକୁ ତର୍ଜମା କରି ଉପଯୁକ୍ତ ପରାମର୍ଶଗୁଡ଼ିକୁ ଉଭୟ ସରକାର ଓ ଦଳରେ କାର୍ଯ୍ୟରେ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏହା ବହୁତ ବଡ଼ ଉପଲବ୍ôଧ । ଦଳର ପ୍ରତ୍ୟେକ କର୍ମୀ ଓ ନେତା ନିଜନିଜର ମତାମତ ଦେଇପାରିବେ ।
ଏହି ସାମ୍ବାଦିକ ସମ୍ମିଳନୀରେ ନବରଙ୍ଗପୁର ସାଂସଦ ରମେଶ ମାଝୀ ଓ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଉପସ୍ଥିତ ଥିଲେ ।
ଏହି ରାଜ୍ୟ ପରିଷଦ ବୈଠକ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ଶ୍ରୀ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲା କମିଟି ଦେଇଥିବା ପ୍ରସ୍ତାବକୁ ସ୍ୱୀକାର କରି ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁକୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟକୁ ନାମିତ କରାଯିବାକୁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top