Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏକ୍ସଟେନସନ୍ ନେଲେନି ଅସିତ୍ , ସୁରେଶ ହେବେ ମୁଖ୍ୟ ସଚିବ

ଭୁବନେଶ୍ୱର(ଓଡ଼ିଶା ୱେୟାର): ୧୯୮୬ ବ୍ୟାଚ୍ ଆଇଏଏସ୍ ତଥା ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ ଚଳିତମାସରେ ଅବସର ନେବେ । ତାଙ୍କ ସ୍ଥାନରେ ତାଙ୍କ ବ୍ୟାଚର ଆଇଏଏସ୍ ତଥା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ସଚିବ ହେବା ଏକପ୍ରକାର ନିଶ୍ଚିତ । ଏହାସହିତ କୋଭିଡ୍ ଟୀକାକରଣ ପାଇଁ ଶ୍ରୀ ତ୍ରିପାଠୀଙ୍କ କାର୍ଯ୍ୟକାଳ ଆଉ ୬ମାସ ବୃଦ୍ଧି ହୋଇପାରେ ବୋଲି ଚର୍ଚ୍ଚାରେ ମଧ୍ୟ ପୂର୍ଣ୍ଣଚ୍ଛେଦ ପଡ଼ିଛି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଶ୍ରୀ ତ୍ରିପାଠୀଙ୍କ ଅବସରକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି । ଡିସେମ୍ବର ୧୦ତାରିଖରେ ଶ୍ରୀ ତ୍ରିପାଠୀଙ୍କୁ ଅବସର ନେବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଅନୁମତି ଦିଆଯାଇଛି । ଉନ୍ନୟନ କମିଶନର ଆଇଏଏସ୍ ଶ୍ରୀ ମହାପାତ୍ର ବରିଷ୍ଠତା ଭିତ୍ତିରେ ଏବେ ମୁଖ୍ୟ ସଚିବ ପଦ ପାଇଁ ପ୍ରମୁଖ ଦାବିଦାର ଅଛନ୍ତି । ତୃତୀୟ ମହଲାର ଗୁଡବୁକରେ ସେ ଥିବାରୁ ମୁଖ୍ୟ ସଚିବ ହେବା ଏକପ୍ରକାର ନିଶ୍ଚିତ । ମୁଖ୍ୟ ସଚିବ ହେବା ପାଇଁ ଶ୍ରୀ ମହାପାତ୍ର ମଧ୍ୟ ନିଜଆଡ଼ୁ ଦୀର୍ଘଦିନ ଧରି ପ୍ରୟାସ ଚଳାଇଛନ୍ତି । ସେ ମଧ୍ୟ ୨୦୨୨ ଫେବୃୟାରୀରେ ଅବସର ନେବେ । ତାଙ୍କ ପ୍ରଶାସନିକ ନେତୃତ୍ୱରେ ରାଜ୍ୟରେ ପୌର ଓ ପଂଚାୟତ ନିର୍ବାଚନ କରିବା ଶାସକ ବିଜେଡି ପାଇଁ ଅଧିକ ସହଜ ହେବ । ଅବଶ୍ୟ ବରିଷ୍ଠତା ଭିତ୍ତିରେ ୧୯୮୫ ବ୍ୟାଚ ଆଇଏଏସ୍ ଉପେନ୍ଦ୍ର ପ୍ରସାଦ ସିଂ ସବୁଠୁ ଉପରେ ଅଛନ୍ତି । କିନ୍ତୁ ସେ କେନ୍ଦ୍ରରେ ସଚିବ ଭାବେ କାର୍ଯ୍ୟ କରୁଥିବାରୁ ଓଡ଼ିଶା ଫେରିବା ସମ୍ଭାବନା କ୍ଷୀଣ ଓ ତାଙ୍କୁ ମୁଖ୍ୟ ସଚିବ ପଦରେ ଅବସ୍ଥାପିତ କରିବାକୁ ମଧ୍ୟ ତୃତୀୟ ମହଲା ଚାହିଁବ ନାହିଁ ।
ବରିଷ୍ଠତା ଭିତ୍ତିରେ ଶ୍ରୀ ମହାପାତ୍ରଙ୍କ ତଳକୁ ତାଙ୍କ ବ୍ୟାଚର ଜିଭିଭି ଶର୍ମା ଓ ଏସପି ଠାକୁର ଅଛନ୍ତି । ଶ୍ରୀ ଶର୍ମା କେନ୍ଦ୍ରୀୟ ଡେପୁଟେସନରେ ଥିବାବେଳେ ସେ ୨୦୨୨ ଅକ୍ଟୋବରରେ ଅବସର ନେବେ । ଶ୍ରୀ ଠାକୁର କେବିକେ ମୁଖ୍ୟ ପ୍ରଶାସକ ଥିବାବେଳେ ୨୦୨୩ ମାର୍ଚ୍ଚରେ ଅବସର ନେବେ । ତାଙ୍କ ତଳକୁ ୧୯୮୭ ବ୍ୟାଚର ତୁହିନକାନ୍ତ ପାଣ୍ଡେ ଓ ନିକୁଞ୍ଜ କୁମାର ସୁନ୍ଦରାୟ ଏବେ କେନ୍ଦ୍ରୀୟ ଡେପୁଟେସନରେ ଥିବାବେଳେ ସେହି ବ୍ୟାଚର ଆରକେ ଶର୍ମା ଏବେ କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟରତ । ସେ ୨୦୨୩ ଅଗଷ୍ଟରେ ଅବସର ନେବେ । ତେଣୁ ଶ୍ରୀ ମହାପାତ୍ର ମୁଖ୍ୟ ସଚିବ ହେଲେ ୧୯୮୭ ବ୍ୟାଚର ଶ୍ରୀ ଠାକୁର କିମ୍ବା ଶ୍ରୀ ଶର୍ମାଙ୍କୁ ରାଜ୍ୟ ସରକାର ଉନ୍ନୟନ କମିଶନର ଭାବେ ଅବସ୍ଥାପିତ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top