Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାସନ୍ କାର୍ଡଧାରୀଙ୍କୁ ଠକି ତଣ୍ଡ ଗଣିଲେ ୨୬୧ଟି ଦୋକାନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତି ପାଇଥିବା ସୁଲଭ ମୂଲ୍ୟ ଦୋକାନ(ଫେୟାର ପ୍ରାଇସ୍ ସପ୍‌)ଗୁଡ଼ିକ ଓଜନ ଓ ମାପରେ ଠକାମି କରି ଜୋରିମାନା ଗଣିଛନ୍ତି । ରାସନ୍ କାର୍ଡଧାରୀଙ୍କୁ ମାସିକ ଚାଉଳ ଓ ଅନ୍ୟାନ୍ୟ ଖାଉଟି ସାମଗ୍ରୀ ଯୋଗାଣ କରୁଥିବା ଏହି ସୁଲଭ ମୂଲ୍ୟ ଦୋକାନଗୁଡ଼ିକ ଚଳାଇଥିବା ଅନିୟମିତତାକୁ ନେଇ ବାରମ୍ବାର ଅଭିଯୋଗ ହେଉଥିଲା । ଅନିୟମିତତାରେ ଧରାପଡ଼ିଥିବା ୨୬୧ଟି ସୁଲଭ ମୂଲ୍ୟ ଦୋକାନଗୁଡ଼ିକଠୁ ୪ଲକ୍ଷ ୯୬ହଜାର ୮୦୦ଟଙ୍କା ଜୋରିମାନା ଆଦାୟ କରାଯାଇଛି ।
ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବୈଧମାପ ବିଜ୍ଞାନ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସବୁ ସୁଲଭ ମୂଲ୍ୟ ଦୋକାନଗୁଡ଼ିକରେ ଓଜନ ଯନ୍ତ୍ର ଓ ଅନ୍ୟାନ୍ୟ ଉପକରଣଗୁଡ଼ିକର ବ୍ୟାପକ ଯାଂଚ କରାଯାଇଥିଲା । ମେ’ ମାସରୁ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ଯାଂଚ ୩୬୦୦ଟି ସୁଲଭ ମୂଲ୍ୟ ଦୋକାନରେ ହୋଇଥିବାବେଳେ ସେଥିରୁ ୨୬୧ଟି ଦୋକାନ ଅନିୟମିତତା କରୁଥିବା ଜଣାପଡ଼ିଥିଲା । ସେମାନଙ୍କଠୁ ଜୋରିମାନା ବାବଦରେ ୪ଲକ୍ଷ ୯୬ହଜାର ୮୦୦ଟଙ୍କା ଆଦାୟ କରାଯାଇଛି ।
ସୂଚନାଯୋଗ୍ୟ, ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାସନକାର୍ଡଧାରୀମାନଙ୍କୁ ଏହି ସୁଲମ ମୂଲ୍ୟ ଦୋକାନ ମାଧ୍ୟମରେ ଖାଦ୍ୟ ସାମଗ୍ରୀ ବଂଟନ କରାଯାଇଥାଏ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top