Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅଗଷ୍ଟ ମାସରେ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର, (ଓଡ଼ିଶା ୱେୟାର): କୋଭିଡ୍ ଗାଇଡଲାଇନକୁ ପାଳନ କରି ଓଡ଼ିଶା ବିଧାନସଭାର ଅଧିବେଶନ ବସିବା ନିଷ୍ପତ୍ତି ନିଆଯିବ ବୋଲି ବିଧାନସଭା ବାଚସ୍ପତି ସୂର‌୍ୟ୍ୟନାରାୟଣ ପାତ୍ର କହିଛନ୍ତି। ତେବେ କୋଭିଡ୍ ଗାଇଡଲାଇନକୁ ପାଳନ କରି ବିଧାନସଭାର ମୌସୁମୀ ଅଧିବେଶନ ଅଗଷ୍ଟ ମାସରେ ବସିବ। ଏଥିପାଇଁ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ବିଧାନସଭା ସଚିବାଳୟ ସୂତ୍ରରୁ ଜଣାପଡ଼ିଛି ।
ଲୋକସଭା ବାଚସ୍ପତି ଡଃ ଓମ୍ ବିର୍ଲାଙ୍କ ଦ୍ୱାରା ଆଜି ଆୟୋଜିତ ଏକ ଭର୍ଚୁଆଲ ସମୀକ୍ଷା ବୈଠକରେ ଯୋଗ ଦେଇ ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି ଯେ, ଓଡ଼ିଶା ବିଧାନସଭାର ଅଧିବେଶନ ବର୍ଷକୁ ଅନ୍ତତଃପକ୍ଷେ ୬୦ଦିନ ବସୁଥିବା ବ୍ୟବସ୍ଥାକୁ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ କରାଯାଇଥିଲା। ଓଡ଼ିଶା ବିଧାନସଭାର ପ୍ରତ୍ୟେକ ଆଲୋଚନାକୁ ଲୋକଙ୍କ ନିକଟରେ ତ୍ୱରିତ୍ ଭାବେ ପହଂଚାଇବା ପାଇଁ ବିଧାନସଭାକୁ ଇ-ବିଧାନସଭାରେ ପରିଣତ କରାଯାଉଛି। ଏବେ କେବଳ ତାରକାଚିହ୍ନିତ ପ୍ରଶ୍ନାବଳୀକୁ ଛାଡ଼ିଦେଲେ ବିଧାନସଭାର ସମସ୍ତ କାର‌୍ୟ୍ୟକ୍ରମ ଓ ବିବରଣୀ ବିନା କାଗଜରେ ସମ୍ପନ୍ନ ହେଉଛି । ଓଡ଼ିଆମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ କରିବା ଓ କୋଭିଡ୍ ପରିସ୍ଥିତିର ସଫଳ ମୁକାବିଲା ପାଇଁ ବିଧାନସଭାରେ ଏକ ସ୍ୱତନ୍ତ୍ର ପ୍ରକୋଷ୍ଠ ଖୋଲାଯାଇଛି। ସମ୍ବିଧାନର ୧୦ମ ଅନୁଚ୍ଛେଦର ସଂଶୋଧନ ପାଇଁ ଆସାମ, ଓଡ଼ିଶା ଓ ରାଜସ୍ଥାନର ବାଚସ୍ପତିଙ୍କୁ ନେଇ ଏକ କମିଟି ଗଠନ ହୋଇଛି ଓ କମିଟି ତାଙ୍କ ରିପୋର୍ଟ ପ୍ରଦାନ କରିସାରିଛନ୍ତି। ସଂସଦୀୟ ଗଣତନ୍ତ୍ରକୁ ସୁଦୃଢ଼ କରିବା ଓ ନୂଆ ବ୍ୟବସ୍ଥାରେ ଏହା ସହାୟକ ହେବ ବୋଲି ଶ୍ରୀ ପାତ୍ର କହିଛନ୍ତି।
ଏହି ବୈଠକରେ ଲୋକସଭା ବାଚସ୍ପତି ନିଜର ଅଭିଭାଷଣ ରଖିଥିବାବେଳେ ବିଭିନ୍ନ ରାଜ୍ୟର ବିଧାନସଭା ଓ ବିଧାନ ପରିଷଦର ଅଧ୍ୟକ୍ଷମାନେ ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ । ବୈଠକରେ ଓଡ଼ିଶା ବିଧାନସଭା ସଚିବ ଦାଶରଥୀ ଶତପଥୀ ଓ ଅନ୍ୟ ବିଭାଗୀୟ ଅଧିକାରୀମାନେ ସାମିଲ ହୋଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top