Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜଧାନୀରେ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, (ଓଡ଼ିଶା ୱେୟାର):
କରୋନା ଯୋଗୁ କଲବଲ ହୋଇ ଘାଣ୍ଟି ହୋଇଥିବା ରାଜଧାନୀବାସୀଙ୍କୁ ଏବେ ଘାରିଛି ଡେଙ୍ଗୁ ଭୟ। ସମଗ୍ର ରାଜ୍ୟରେ କରୋନା ତଳମୁହାଁ ଥିଲେ ମଧ୍ୟ ତାଲିକାର ଉପରେ ରହୁଛି ଭୁବନେଶ୍ୱର। ଉଭୟ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ରାଜଧାନୀରୁ ହିଁ ସର୍ବାଧିକ ବାହାରୁଛି। ଏପରି ସ୍ଥିତିରେ ଘାରିଲାଣି ଡେଙ୍ଗୁ ଭୟ। କେବଳ ରାଜଧାନୀ ଭୁବନେଶ୍ୱରରୁ ୬ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।
ଶୈଳଶ୍ରୀବିହାର ଏବଂ କଳ୍ପନା ଅଞ୍ଚଳରୁ ଏହି ସମସ୍ତ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ବ୍ୟତୀତ ଆଉ ପ୍ରାୟ ୨୦ ଜଣଙ୍କଠାରେ ଲକ୍ଷଣ ପ୍ରକାଶ ପାଇଥିବାରୁ ସେମାନଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ତେବେ ରିପୋର୍ଟ ଆସି ନ ଥିବା ଜଣାଯାଇଛି।
ବିଏମ୍‌ସି କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଗତକାଲି ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଭୁବନେଶ୍ୱରର ବସ୍ତି ଅଞ୍ଚଳ ଏବଂ ନିଳାଦ୍ରୀ ବିହାର ଓ ଶୈଳଶ୍ରୀ ବିହାରର ବିଭିନ୍ନ କଲୋନୀ ବୁଲି ଡେଙ୍ଗୁ କାହିଁକି ବ୍ୟାପୁଛି, ତାର ସ୍ଥିତି ପରଖିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top