Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ହ୍ୱାଟଆପ୍‌

ନୂଆଦିଲ୍ଲୀ: ଦେଶରେ ନୂଆ ଡିଜିଟାଲ ଆଇନ କାର‌୍ୟ୍ୟକାରୀ ହେବା ପରେ ବଡ଼ ଧରଣର କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି ମେସେଜିଂ ଆପ୍ ହ୍ୱାଟସଆପ୍। ଅଶ୍ଳୀଳ ତଥା ଉତ୍ତେଜନା ସୃଷ୍ଟିକାରୀ ପୋଷ୍ଟ କରିବା ଅଭିଯୋଗରେ ମେ’ ୧୫ରୁ ମେ’ ୨୫ ମଧ୍ୟରେ ୨୦ ଲକ୍ଷରୁ ଅଧିକ ଭାରତୀୟ ଆକାଉଣ୍ଟକୁ ହ୍ୱାଟସଆପ୍ ନିଜ ତରଫରୁ ବନ୍ଦ କରି ଦେଇଛି।
ସଂସ୍ଥା ପକ୍ଷରୁ ଜାରି ସୁରକ୍ଷା ସମ୍ପର୍କିତ ନିୟମକୁ ଏହି ଆକାଉଣ୍ଟଗୁଡ଼ିକ ଉଲ୍ଲଙ୍ଘନ କରିଥିବାରୁ ଏପରି ପଦକ୍ଷେପ ନିଆଯାଇଛି। ଅଭିଯୋଗ ଆସିବା ପରେ ଏହାର ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଏହି ଆକାଉଣ୍ଟ ଗୁଡ଼ିକ ଜାରି ନିୟମ ଉଲ୍ଲଙ୍ଘନ କରିଥିବା ଜଣାପଡ଼ିଥିଲା। ଏହାପରେ ଏଗୁଡ଼ିକ ବ୍ୟାନ୍ କରାଯାଇଛି ବୋଲି ହ୍ୱାଟସଆପ୍ କହିଛି।
ନୂଆ ଡିଜିଟାଲ ଆଇନ ଅନୁସାରେ, ସୋଶାଲ ମିଡିଆ ସଂସ୍ଥା ଗୁଡ଼ିକ ନିୟମ ଉଲ୍ଲଙ୍ଘନ କରୁଥିବା ଆକାଉଣ୍ଟଧାରୀଙ୍କ ବିରୋଧରେ କ’ଣ ସବୁ ପଦକ୍ଷେପ ଗ୍ରହଣ କରୁଛନ୍ତି, ତା’ର ମାସିକ ରିପୋର୍ଟ ସାର୍ବଜନୀନ କରିବେ। ଏହି ଆଧାରରେ ହ୍ୱାଟସଆପ୍ ତା’ର ମାସିକ ରିପୋର୍ଟ ଜାରି କରିଛି। ଏହି ରିପୋର୍ଟରେ ଏପରି ତଥ୍ୟ ରହିଛି।ଏହାପୂର୍ବରୁ ଫେସବୁକ ୩୦ ନିୟୁତରୁ ଅଧିକ ପୋଷ୍ଟ, ଇନଷ୍ଟାଗ୍ରାମ ୨ ନିୟୁତ ପୋଷ୍ଟ ଓ ଗୁଗଲ ୫୯,୩୫୦ ଲିଙ୍କ ନିଜ ନିଜ ପ୍ଲାଟଫର୍ମରୁ ହଟାଇ ଦେଇଥିଲେ। ମେ’ ୧୫ରୁ ଜୁନ୍ ୧୫ ମଧ୍ୟରେ ଅଶ୍ଳୀଳ ଓ ଆପତ୍ତିଜନକ ପୋଷ୍ଟର ଆଳରେ ସଂସ୍ଥାଗୁଡ଼ିକ ଏପରି ପଦକ୍ଷେପ ନେଇଥିବା କହିଥିଲେ।
ଏହି ୩ ସଂସ୍ଥା ସହ ଭାରତରେ ତିଆରି କୁ ଆପ୍ ମଧ୍ୟ ୫୫୦୨ଟି ଅଭିଯୋଗ ଆଧାରରେ ୧୨୫୩ଟି ଆକାଉଣ୍ଟ ବିରୋଧରେ ପଦକ୍ଷେପ ନେଇଥିବା ସୂଚନା ଦେଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top