ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ଦିନ ଧରି ପ୍ରବଳ ବର୍ଷା ହେବ । ବିଶେଷକରି ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...