ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ବଦଳିପାରେ ମୌସୁମୀ କାରଣ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବଢିପାରେ। ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ୱେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ରାଜ୍ୟରେ ଜୁନ୍ ପହିଲାରୁ ଏବେ ସୁଦ୍ଧା ମୋଟ ୫୯୮ ଦଶମିକ ୬ ମିଲିମିଟର ବର୍ଷା ହୋଇଛି। ୩୧ ପ୍ରତିଶତ ନିଅଣ୍ଚିଆ ବର୍ଷା ହୋଇଥିବାବେଳେ ଏହି ଲଘୁଚାପ ବର୍ଷା ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆଣିପାରେ ବୋଲି ଆଶା କରାଯାଉଛି।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...