ଭୁବନେଶ୍ବର,(ଓଡ଼ିଶା ୱେୟାର) : ମହାନଦୀ ସିଷ୍ଟମରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଲା। ଛୋଟ ଧରଣର ବନ୍ୟା ହୋଇଛି। କୌଣସି ବିପଦ ନାହିଁ। ମୁଣ୍ଡଳୀଠାରେ ୬ଲକ୍ଷ ୬୭ହଜାର କ୍ୟୁସେକ ଜଳ ଅତିକ୍ରମ କରୁଛି।
ଗତ ୩ରୁ ୪ ଘଣ୍ଟା ହେଲା ଏଭଳି ସ୍ଥିତି ରହିଛି। ହୀରାକୁଦ ଜଳ ଭଣ୍ଡାରକୁ ଜଳ ପ୍ରବେଶ କମିଛି। ଏବେ ଗୋଟିଏ ପରେ ଗୋଟିଏ ଗେଟ୍ ବନ୍ଦ କରାଯାଉଛି। ବ୍ରାହ୍ମଣୀ,ବୈତରଣୀ ଓ ସୁବର୍ଣ୍ଣରେଖାରେ ଜଳସ୍ତର କମିଛି। ବନ୍ୟା ପରିସ୍ଥିତି ନାହିଁ। କିଛି ତଳିଆ ଅଞ୍ଚଳରେ ବର୍ଷା ପାଣି ଅଟିକିଛି। ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧିରେନ୍ ସାମଲ ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...