ସୁନ୍ଦରଗଡ, (ଓଡ଼ିଶା ୱେୟାର):ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ ରସରାଜପୁର ନିକଟ ହାଇୱେରେ ଏକ ଏଲ୍ପିଜି ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଛି। ରାସ୍ତା ଉପରେ ଟ୍ରକଟି ହୁତୁ ହୁତୁ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା। ତେବେ ଗାଡ଼ିରେ ଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଏଲ୍ପିଜି ବୋଝେଇ ଚଳନ୍ତା ଟ୍ରକଟି ଝାରସୁଗୁଡ଼ାରୁ ରାଉରକେଲା ଅଭିମୁଖେ ଯାଉଥିଲା। ଏହି ସମୟରେ ରସରାଜପୁର ନିକଟ ହାଇୱେରେ ଇଞ୍ଜିନରେ ନିଆଁ ଲାଗି ଯାଇଥିବା ଡ୍ରାଇଭର ଜାଣି ପାରିଥିଲେ। ପରେ ସେ ତୁରନ୍ତ ଗାଡ଼ିରୁ ଓହ୍ଲାଇ ଯାଇ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...