Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କରୋନା ପାଇଁ ବିନା ଭକ୍ତରେ ଗଡ଼ିବ ମା’ ବିରଜାଙ୍କ ରଥ

ଯାଜପୁର (ଓଡ଼ିଶା ୱେୟାର): କରୋନା ପାଇଁ ଚଳିତ ବର୍ଷ ଦୁଗା ପୂଜାରେ ବିନା ଶ୍ରଦ୍ଧାଳୁରେ ଗଡ଼ିବ ମା ବିରଜାଙ୍କ ରଥ। ୯ ଦିନ ବ୍ୟାପି ଅନୁଷ୍ଠିତ ଏହି ରଥଯାତ୍ରାରେ ସେବାୟତ ପୁଲିସଙ୍କ ଦ୍ୱାରା ରଥ ଟଣା ପର୍ବ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଜିଲ୍ଲା ପ୍ରଶାସନ ଓ ମନ୍ଦିର ସେବାୟତମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।

କୋଭିଡ କଟକଣା ଲାଗି ଶ୍ରଦ୍ଧାଳୁଙ୍କ ମନ୍ଦିର ଦର୍ଶନ ଓ ରଥ ଟଣାକୁ ଦୁଇଟି ପର୍ଯ୍ୟାୟରେ ଭାଗ କରାଯାଇଛି। ଆସନ୍ତା ୬ତାରିଖ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମନ୍ଦିର ଚାରିପଟେ ୧୪୪ ଧାରା ଲାଗୁ ହେବ। ପ୍ରତ୍ୟେକ ଦିନ ସକାଳରୁ ଅପରାହ୍ନ ୨ଟା ଯାଏ ଶ୍ରଦ୍ଧାଳୁ ଦର୍ଶନ କରିବେ। କିନ୍ତୁ ରଥକୁ ଦୂରରୁ ଦର୍ଶନ କରିବେ।
ଆଉ ତା’ପରେ ସକାଳ ୫ଟା ପର୍ଯ୍ୟନ୍ତ ୧୪୪ କଟକଣା ବଳବତ୍ତର ରହିବ ବୋଲି ଯାଜପୁର ଜିଲ୍ଲାପାଳ କହିଛନ୍ତି। ଆଜି ସିଂହଧ୍ୱଜ ରଥର ଅଧିବାସ ଓ ଆସନ୍ତା କାଲି ପ୍ରତିଷ୍ଠା ଓ ସନ୍ଧ୍ୟାରେ ରଥ ଟଣା ହେବ। ରଥ ଉପରେ ଭୋଗ ଅର୍ପଣ ପାଇଁ ଭକ୍ତମାନଙ୍କୁ ଅନୁମତି ମିଳିବ ନାହିଁ ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।

ସୂଚନାଯୋଗ୍ୟ, କରୋନା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ପୁରୀ ରଥଯାତ୍ରା ସମ୍ପନ୍ନ ହୋଇଥିଲା। ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କୁ ରଥ ଟାଣିବା ଉପରେ ରୋକ୍ ଲଗାଯାଇଥିଲା। ସେହିପରି ରାଜ୍ୟ ସରକାର ପାର୍ବଣ ସମୟରେ ଜନଗହଳି ନକରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top