ଭୁବନେଶ୍ୱର (ଓଡ଼ିଶା ୱେୟାର) : ଯାଜପୁର ବିଞ୍ଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି ସାମ୍ବାଦିକ ପ୍ରତିନିଧି ଦଳ । ଗଣମାଧ୍ୟମର ସମ୍ପାଦକ ଓ ସାମ୍ବାଦିକମାନେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଉଦ୍ବେଗ ପ୍ରକାଶ କରିଛନ୍ତ । ଏଥିସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ପାଇଁ ଦାବି ରଖିଛନ୍ତି । ଏହା ସହ ସଂଧ୍ୟା ସୁଦ୍ଧା ସମସ୍ତ ଆକ୍ରମଣକାରୀଙ୍କୁ ଗିରଫ ସହ କଡ଼ା ଦଫା ଲଗାଇ କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି । ନିର୍ବାଚନ ପରିଚାଳନାରେ ଭାଗ ନେଉଥିବା ଅଧିକାରୀଙ୍କୁ ଆକ୍ରମଣ ବେଳେ ଯେଉଁ ଦଫା ଲଗାଯାଉଛି, ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଆକ୍ରମଣକାରୀଙ୍କ ଉପରେ ମଧ୍ୟ ସେହିଭଳି ଦଫା ଲଗାଇ କାର୍ୟ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି ହୋଇଛି । ସାମ୍ବାଦିକଙ୍କୁ ସୁରକ୍ଷା ଦେବାକୁ ପ୍ରତିନିଧି ଦଳ ଦାବି କରିଛନ୍ତି ଅନ୍ୟପଟେ ପୁରୀ ଜିଲ୍ଲା କଣାସରେ ହୋଇଥିବା ଆକ୍ରମଣ ଘଟଣାରେ ବର୍ତ୍ତମାନ ସୁଦ୍ଧା ମାତ୍ର ୮ ଜଣଙ୍କୁ ଗିରଫ କରାଯାଇଥିବାରୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥାର ସମ୍ପାଦକମାନେ ଉଦବେଗ ପ୍ରକାଶ କରିଛନ୍ତି । ସେପଟେ ରାଜ୍ୟ ନିର୍ବାଚନ କମିଶନର ସମ୍ପୃକ୍ତ ଜିଲ୍ଲାର ଏସପିଙ୍କ ସହ ଆଲୋଚନା କରି ଦୃଢ କାର୍ୟ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...