Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଲାଙ୍ଗିରରୁ ହରିଶଙ୍କରକୁ ଓଟିଡିସି ଚଲାଇଲା ପିକନିକ୍ ବସ୍

ଭୁବନେଶ୍ୱର(ଓଡ଼ିଶା ୱେୟାର): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ହରିଶଙ୍କରର ଭିତ୍ତିଭୂମି ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ କୋଟି ଟଙ୍କା ଯୋଗାଇ ଦେବା ପରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ତରଫରୁ ବଲାଙ୍ଗିରରୁ ହରିଶଙ୍କର ମଧ୍ୟରେ ୨୫ସିଟ୍ ବିଶିଷ୍ଟ ଶୀତତାପ ନିୟନ୍ତ୍ରିତ ବସ୍ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି।

ଭୁବନେଶ୍ୱର(ଓଡ଼ିଶା ୱେୟାର): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ହରିଶଙ୍କରର ଭିତ୍ତିଭୂମି ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ କୋଟି ଟଙ୍କା ଯୋଗାଇ ଦେବା ପରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ତରଫରୁ ବଲାଙ୍ଗିରରୁ ହରିଶଙ୍କର ମଧ୍ୟରେ ୨୫ସିଟ୍ ବିଶିଷ୍ଟ ଶୀତତାପ ନିୟନ୍ତ୍ରିତ ବସ୍ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପର୍ଯ୍ୟଟନସ୍ଥଳୀ ହରିଶଙ୍କରର ବିକାଶ ନିମନ୍ତେ ଆର୍ଥିକ ଅନୁଦାନ ଦେଇଥିବା ଯୋଗୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ଆଜି ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣାଙ୍କ ଉପସ୍ଥିତିରେ ବଲାଙ୍ଗିରରୁ ହରିଶଙ୍କର ମଧ୍ୟରେ ପର୍ଯ୍ୟଟନ ବସ୍ ସେବାକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଏବେ ପ୍ରାରମ୍ଭିକ ଭାବେ ବଲାଙ୍ଗିରସ୍ଥିତ ସରକାରୀ ବସଷ୍ଟାଣ୍ଡରୁ ଏହି ବସ୍ ପ୍ରତି ଶନିବାର ଓ ରବିବାର ଏବଂ ସ୍ୱତନ୍ତ୍ର ଦିନଗୁଡ଼ିକରେ ସକାଳ ୮ଟାରୁ ହରିଶଙ୍କର ଅଭିମୁଖେ ଗସ୍ତ କରିବ। ପର୍ଯ୍ୟଟକମାନଙ୍କର ସୁବିଧା ଓ ଆଗ୍ରହକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଏହି ବସ ବଲାଙ୍ଗିର ସହରରୁ ଅନ୍ୟାନ୍ୟ ପର୍ଯ୍ୟଟନ ସ୍ଥଳକୁ ମଧ୍ୟ ଚଳାଚଳ କରାଯିବ। ସାଧାରଣ ଲୋକେ ଚାହିଁଲେ ଆବଶ୍ୟକ ଭଡ଼ା ପୈଠ କରି ଏହି ବସ୍ ସେବା ୱେଡିଂ ଡେଷ୍ଟିନେସନ୍ , ପିକନିକ୍ ଓ ଅନ୍ୟ ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବୁଲିବା କାର୍ଯ୍ୟରେ ଉପଯୋଗ କରିପାରିବେ। ଏହି ବସର ପରିଚାଳନା ଦାୟିତ୍ୱ ବଲାଙ୍ଗିର ପର୍ଯ୍ୟଟନ କାର୍ଯ୍ୟାଳୟ ଓ ବଲାଙ୍ଗିରସ୍ଥିତ ଷ୍ଟେଟ୍ ଇନଷ୍ଟିିଚ୍ୟୁଟ୍ ଅଫ ହୋଟେଲ ମ୍ୟାନେଜମେଣ୍ଟ(ଏସଆଇଏଚଏମ) ନ୍ୟସ୍ତ ହୋଇଛି। ଏହି ଲୋକାର୍ପଣ ଉତ୍ସବରେ ବଲାଙ୍ଗିର ଜିଲ୍ଲା ପର୍ଯ୍ୟଟନ ଅଫିସର, ଏସଆଇଏଚଏମ୍ ପ୍ରିନ୍ସିପାଲ ଓ ଓଟିଡିସିର କର୍ମଚାରୀଙ୍କ ସମେତ ସହରର ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।
ସେହିପରି ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ରାଣାଙ୍କ ଉପସ୍ଥିତିରେ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ବଲାଙ୍ଗିରରେ ‘ପର୍ଯ୍ୟଟନ କାର୍ଯ୍ୟାଳୟର ନିଜସ୍ୱ କୋଠା’ ନିର୍ମାଣର ଭିତ୍ତିପ୍ରସ୍ତର କରିଛନ୍ତି। ପର୍ଯ୍ୟଟନ ବିଭାଗର ଏହି କାର୍ଯ୍ୟାଳୟ କୋଠା ନିର୍ମାଣ ସହ ପର୍ଯ୍ୟଟକଙ୍କ ସୁବିଧା ନିମନ୍ତେ ଏହି କାର୍ଯ୍ୟାଳୟ ପରିସରରେ ଅନ୍ୟାନ୍ୟ ବ୍ୟବସ୍ଥା କରିବା ନିମନ୍ତେ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ପରାମର୍ଶ ଦେଇଛନ୍ତି।
ପଶ୍ଚିମଓଡ଼ିଶାରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ଉପରେ ରାଜ୍ୟ ସରକାର ସ୍ୱତନ୍ତ୍ର ଦୃଷ୍ଟି ଦେଉଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପ୍ରଥମଥର ପାଇଁ ହୀରାକୁଦରେ ଇକୋ-ରିଟ୍ରିଟ୍ କାର୍ଯ୍ୟକ୍ରମ ଡିସେମ୍ବର ୮ରୁ ଆୟୋଜନ ହେବ। ହୀରାକୁଦର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାରେ ପର୍ଯ୍ୟଟକମାନଙ୍କ ନିମନ୍ତେ ଏହା ଏକ ସୁଯୋଗ ସୃଷ୍ଟି କରିବ ବୋଲି ଶ୍ରୀମତୀ ମିଶ୍ର ଆଶାବ୍ୟକ୍ତ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top