Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ACF ମୃତ୍ୟୁ ମାମଲା: ୬ଜଣଙ୍କୁ ଜେରା କରୁଛି କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି : ACF ସୌମ୍ୟରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ଆକ୍ସନ ମୋଡ୍‌ରେ କ୍ରାଇମବ୍ରାଞ୍ଚ। ୬ଜଣଙ୍କୁ ଘନ ଘନ ଜେରା କରୁଛି ଟିମ୍‌। ରୋଷେୟା ମନ୍ମଥ କୁମ୍ବ, ଦୁଇ ACF କେଭି ଭାଷ୍କର ରାଓ ଓ ଗୌରୀ ରଥ, ୨ଜଣ ୱାଚ୍‌ମ୍ୟାନ୍ ଓ ଜଣେ ଗାର୍ଡଙ୍କୁ କ୍ରାଇମ୍‌ବ୍ରାଞ୍ଚ ଜେରା କରୁଛି । ପାରଳାଖେମୁଣ୍ଡି ଥାନାର ଏକ ସ୍ୱତନ୍ତ୍ର କୋଠରୀରେ ଜେରା କରାଯିବା ପରେ ପୋଲିସ ଗେଷ୍ଟ ହାଉସକୁ ନିଆଯାଇଛି। ସେଠାରେ ଏକ କୋଠରୀରେ ପଚରାଉଚରା ଚାଲିଛି। ମୂଳରୁ ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। କେମିତି ସୌମ୍ୟଙ୍କ ଦେହରେ ନିଆଁ ଲାଗିଲା ସେନେଇ ରହସ୍ୟ ଭେଦିବ ୩ ଜଣିଆ ଟିମ୍ ।
ନ୍ୟପଟେ ବିଦ୍ୟାଭାରତୀଙ୍କ ଗାଁ ମୟୁରଭଞ୍ଜ କପ୍ତିପଦାକୁ ଯାଇପାରେ ଟିମ୍‌। ଆଗକୁ ବିଦ୍ୟାଭାରତୀଙ୍କୁ ଜେରା କରିପାରେ ଟିମ୍ ବୋଲି ଜଣାପଡିଛି । ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ପାଳି ପଡିବା ନେଇ ମଧ୍ୟ ଚର୍ଚ୍ଚା ହେଉଛି। ସୌମ୍ୟଙ୍କ ପରିବାରକୁ ମଧ୍ୟ ଭେଟିପାରେ କ୍ରାଇମବ୍ରାଞ୍ଚ। ସୌମ୍ୟଙ୍କ ମୃତ୍ୟୁ ଦୁର୍ଘଟଣା ଥିଲା ନା ଆତ୍ମହତ୍ୟା ? ସୌମ୍ୟଙ୍କ ସରକାରୀ କ୍ୱାର୍ଟର୍ସରେ ୩ ଘଣ୍ଟା ସରଜମିନ ଖୋଳତାଡ କରିଛି ତଦନ୍ତକାରୀ ଟିମ୍ । ହେଲେ ମାସେ ପରେ ବି ଡେଥ୍ ସସପେନ୍ସ ଉପରୁ ପରଦା ହଟି ନାହିଁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top