Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ACF ସୌମ୍ୟ ମୃତ୍ୟୁ ମାମଲା : ୩ ପ୍ରମୁଖ ଅଭିଯୁକ୍ତଙ୍କ ଆସିଛି ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର(ଓଡ଼ିଶା ୱେୟାର) : ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ୩ ପ୍ରମୁଖ ଅଭିଯୁକ୍ତଙ୍କ ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିଛି। ସୌମ୍ୟ ମୃତ୍ୟୁ ମାମଲାର ୩ ପ୍ରମୁଖ ଅଭିଯୁକ୍ତ ଡିଏଫଓ ସଂଗ୍ରାମ କେଶରୀ ବେହେରା, ରୋଷେୟା ମନ୍ମଥ କୁମ୍ଭ ଓ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କିଛି ଦିନ ପୂର୍ବେ ହୋଇଥିବା ବେଳେ ଆଜି ତାହାର ରିପୋର୍ଟ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି।

ଏହି ରିପୋର୍ଟର ତର୍ଜମା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଅଭିଯୁକ୍ତଙ୍କ ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ରିପୋର୍ଟର ତାଳମେଳ କରୁଛି କ୍ରାଇମବ୍ରାଞ୍ଚ । କିଏ ସତ କହୁଛି, ଆଉ କିଏ ମିଛ ଲୁଚାଇବାକୁ ଚେଷ୍ଟା କରୁଛି । ଆଜି ଯାଏ କିଏ ପୁଲିସ୍‌ ଓ କ୍ରାଇମବ୍ରାଞ୍ଚକୁ ଭୁଆଁ ବୁଲାଇବାକୁ ଚେଷ୍ଟା କରୁଥିଲା। ସୌମ୍ୟ ମୃତ୍ୟୁ ପଛର ପ୍ରକୃତ କାରଣ କ’ଣ, ଆଉ ଏହା ପଛରେ କିଏ କିଏ ସମ୍ପୃକ୍ତ ଅଛନ୍ତି। ତାହା ଆଗାମୀ ଦିନରେ ସ୍ପଷ୍ଟ ହୋଇଯିବ ବୋଲି ଗଣମାଧ୍ୟମ ପ୍ରତିନିଧୀଙ୍କୁ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି। ଏଥିସହ ଆବଶ୍ୟକ ପଡ଼ିଲେ ଅଧିକ ତଦନ୍ତ କରାଯିବ ବୋଲି ସେ କହିଛନ୍ତି। ଏହି ରିପୋର୍ଟ କ୍ରାଇମବ୍ରାଞ୍ଚ ହାତକୁ ଚାଲି ଆସିଥିବା ବେଳେ ବିଦ୍ୟା, ଡିଏଫଓ ଓ ରୋଷେୟାରେ ମନରେ ଛନକା ପଶି ଯାଇଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ୭୫ ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇନାହିଁ। ସେପ୍ଟେମ୍ବର ୨୦ ତାରିଖରେ ବିଦ୍ୟାଭାରତୀଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିଲା। ଦୀର୍ଘ ୪ ଘଣ୍ଟା ଧରି ତାଙ୍କର ଲାଇ ଡିଟେକ୍ସନ୍‌ ଚେଷ୍ଟ କରାଯାଇଥିଲା। ବିଦ୍ୟାଭାରତୀଙ୍କୁ ୧୦୦ରୁ ଅଧିକ ପ୍ରଶ୍ନ ପଚରା ଯାଇଥିଲା। ଯେମିତି- ଡିଏଫ୍ଓଙ୍କୁ ସେ ଜାଣିଥିଲେ କି ନାହିଁ? ସୌମ୍ୟ କିପରି ଭାବେ ଜଳିଗଲେ? ଘଟଣା ସଂପର୍କରେ କିଏ ପ୍ରଥମେ ଜଣାଇଥିଲା? କାହାର ନିଷ୍ପତ୍ତି କ୍ରମେ ସୌମ୍ୟଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା? ବୈବାହିକ ଜୀବନରେ କିଛି ବିବାଦ ଥିଲା କି? ମିଳିଥିବା ରିଲେସନସିପ୍ ଏଗ୍ରିମେଣ୍ଟ ସତ ନା ମିଛ? କିଏ ଓ କେତେବେଳେ ସେହି ଏଗ୍ରିମେଣ୍ଟ କରିଥିଲା? ଏପରି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଡିଟେକ୍ସନ ଟେଷ୍ଟ ବେଳେ ପଚରାଯାଇଥିବା ସୂଚନା ମିଳିଛି।

ପୂର୍ବରୁ ଡିଏଫ୍ଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଏ ଡିଟେକ୍ସନ ଟେଷ୍ଟ ହୋଇସାରିଛି। ଏସିଏଫ୍‌ ସୌମ୍ୟ ରଂଜନଙ୍କ ମୃତ୍ୟୁକୁ ଦୁଇ ମାସ ବିତିଯାଇଥିଲେ ମଧ୍ୟ ତଦନ୍ତକାରୀ ସଂସ୍ଥାକୁ ସଫଳତା ମିଳିପାରିନି। ଆଜି ପର୍ଯ୍ୟନ୍ତ ପୁଲିସ ବା କ୍ରାଇମବ୍ରାଞ୍ଚ କାହାକୁ ଗିରଫ କରିପାରି ନାହିଁ। ଯାହାକୁ ନେଇ ମୃତ ସୌମ୍ୟଙ୍କ ପରିବାର ଲୋକଙ୍କ ଭିତରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।

ଗତକାଲି ସୌମ୍ୟଙ୍କ ବାପା କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ଭେଟି ତଦନ୍ତର ଅଗ୍ରଗତିରେ ସନ୍ତୁଷ୍ଟ ନ ଥିବା ପ୍ରକାଶ କରିଥିଲେ। ଏଥିସହ ବିଦ୍ୟାଭାରତୀଙ୍କୁ ଗିରଫ ସହ ଡିଏଫଓଙ୍କୁ ଅନ୍ୟତ୍ର ବଦଳି କରାଯାଉ ବୋଲି ଦାବି ଜଣାଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top