Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏସିଏଫ ସୌମ୍ୟଙ୍କୁ ମୃତ୍ୟୁ ରହସ୍ୟ ଉନ୍ମୋଚନ ଓ ଦୋଷୀକୁ ଦଣ୍ଡ ଦାବିରେ ଆଜି ୬ ଘଣ୍ଟିଆ ଖଇରା ବନ୍ଦ

ସୋର(ଓଡ଼ିଶା ଓ୍ବେୟାର) : ଏସିଏଫ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ଖଇରା ବନ୍ଦ । ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସଂଗଠନ । ମୃତ୍ୟୁ ରହସ୍ୟ ଉନ୍ମୋଚନ ଓ ଦୋଷୀକୁ ଦଣ୍ଡ ଦାବି ହୋଇଛି । ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୫୯ ଦିନ ବିତିଲାଣି ।
କିନ୍ତୁ ଦୋଷୀମାନଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରାଯାଉନଥିବା ଅଭିଯୋଗ ଆଣିଛନ୍ତି ଖଇରା ଅଞ୍ଚଳର ବହୁ ସଂଗଠନ । ଆଜି ସକାଳ ୬ଟାରୁ ଦିନ ୧୨ଟା ଯାଏ ବନ୍ଦ ରହିବ ଦୋକାନ ବଜାର । ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବ ।
ପ୍ରଶାସନ ଏଥିପ୍ରତି ଦୃଷ୍ଟି ନଦେଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଚେତାବନୀ ଦିଆଯାଇଛି । ଦୁଇଦିନ ତଳେ ଏନେଇ ଖଇରା ଦୁର୍ଗାମଣ୍ଡପ ପରିସରରେ ୨୦ରୁ ଅଧିକ ସଂଗଠନ ପକ୍ଷରୁ ବୈଠକ ବସିଥିଲା । କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ନେଇ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top