Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପହିଲାରୁ ଆରଏସ୍‍ବିୱାଇ ହିତାଧିକାରୀଙ୍କୁ ମିଳିବ ବିକେକେୱାଇ କାର୍ଡ, ମାଗଣା ଚିକିତ୍ସା ସୁବିଧା

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ଜାନୁୟାରୀ ପହିଲାରୁ ରାଜ୍ୟରେ ଥିବା ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ବୀମା ଯୋଜନା (ଆରଏସ୍‍ବିୱାଇ) ଯୋଜନାର ସମସ୍ତ ୪୪,୦୮,୦୭୦ ହିତାଧିକାରୀ ବିଜୁ କୃଷକ କଲ୍ୟାଣ ଯୋଜନା (ବିକେକେୱାଇ) ରେ ସାମିଲ ହେବେ । ଏହି ସମସ୍ତ ହିତାଧିକାରୀ ବିକେକେୱାଇ ଷ୍ଟ୍ରିମ୍‍ -୨ କାର୍ଡ ପାଇବା ସହିତ ପୂର୍ବଭଳି ଏକ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ପାଇବେ । ଏଥି ସହିତ ଏହି ହିତାଧିକାରୀମାନେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ମଧ୍ୟ ପାଇବେ ।

କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଆରଏସ୍‍ବିୱାଇ ଯୋଜନାର ଅବଧି ଚଳିତ ବର୍ଷ ଡିସେମ୍ବର ୩୧ ତାରିଖରେ ସମାପ୍ତ ହେଉଛି । ତେଣୁ ରାଜ୍ୟରେ ଏହି ଯୋଜନାରେ ଅର୍ନ୍ତଭୁକ୍ତ ହିତାଧିକାରୀମାନେ ଯେଭଳି ପୂର୍ବଭଳି ମାଗଣା ଚିକିତ୍ସା ପାଇପାରିବେ ସେଥିପ।ଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥିପ।ଇଁ ଗତ କାଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ସମସ୍ତ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନ୍‍ଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ସ୍ୱାସ୍ଥ୍ୟ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦା ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଉପସ୍ଥିତ ଥିଲେ । ଆରଏସ୍‍ବିୱାଇ ହିତାଧିକାରୀମାନେ ଯେଭଳି ତୁରନ୍ତ ବିକେକେୱାଇ କାର୍ଡ ପାଇବେ ସେଥିପାଇଁ ଅଗ୍ରାଧିକାର ଭିତ୍ତିରେ ପଦକ୍ଷେପ ଗ୍ରହଣ କରିବାକୁ
ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ହିତାଧିକାରୀମାନେ ନିକଟସ୍ଥ ବିକେକେୱାଇ କିଓସ୍କରୁ ପୁରୁଣା ଆରଏସ୍‍ବିୱାଇ କାର୍ଡ ବଦଳରେ ନୂତନ ବିକେକେୱାଇ (ଷ୍ଟ୍ରିମ୍‍-୨) କାର୍ଡ ସଂଗ୍ରହ କରିବା ପାଇଁ ପରାମର୍ଶ ଦିଆଯାଇଛି ।

ନୂଆ ଯୋଜନାରେ ସାମିଲ ହିତାଧିକାରୀମାନେ ଯେଭଳି କୌଣସ ସମସ୍ୟାର ସମ୍ମୁଖୀନ ନହୁଅନ୍ତି ସେଥିପ।ଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ଏଥିପାଇଁ ଆଶା, ଅଙ୍ଗନବାଡିକର୍ମୀ, ଗାଁ କଲ୍ୟାଣ ସମିତିମାନଙ୍କୁ ନିର୍ଦ୍ଦେଶ ଦିଆଯିବା ସହିତ ଏଥିପ।ଇଁ ଆବଶ୍ୟକ ପ୍ରଚାର ସାମଗ୍ରୀ ମଧ୍ୟ ଯୋଗାଇ ଦିଆଯାଇଛି । ନୂତନ ଭାବେ ବିକେକେୱାଇ କାର୍ଡଧାରୀମାନେ ଯେଭଳି ସହଜରେ ଚିକିତ୍ସା ସୁବିଧା ପାଇପାରିବେ ସେଥି ପ।ଇଁ ଦୃଷ୍ଟି ଦେବାକୁ କୁହାଯାଇଛି ।
ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, କୃଷି ଉପନିର୍ଦ୍ଦେଶକ, ଅନୁବନ୍ଧିତ ଘରୋଇ ଡାକ୍ତରଖାନାମାନଙ୍କ ସହିତ ବୈଠକକରି ଓଡିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସ୍‍ଟିଏଫ୍‍)ର ନୂତନ ମାର୍ଗଦର୍ଶିକା ଆଧାରରେ ବିକେକେୱାଇ କାର୍ଡଧାରୀମାନେ ଯେଭଳି ନିରବଚ୍ଛିନ୍ନ ସେବା ପାଇବେ ସେଥିପ।ଇଁ ପରାମର୍ଶ
ଦିଆଯାଇଛି । ଓଏସ୍‍ଟିଏଫ୍‍ର ନୂତନ ମାର୍ଗଦର୍ଶିକା ଅନୁଯାୟୀ ମାରାତ୍ମକ ରୋଗରେ ପୀଡିତ ରାଜ୍ୟର ସମସ୍ତ ଗରିବଙ୍କୁ ସରକାରଙ୍କ ଚିକିତ୍ସା ପାଣ୍ଠିରୁ ମାଗଣା ନିମନ୍ତେ ଅର୍ଥ ଯୋଗାଇ ଦିଆଯିବ । ବିକେକେୱାଇ କାର୍ଡଧାରୀଙ୍କ ବ୍ୟତିତ ଅନ୍ତ୍ୟୋଦୟ ଅନ୍ନଯୋଜନାର ହିତାଧିକାରୀ ଏବଂ ଗ୍ରାମାଞ୍ଚଳରେ
ବାର୍ଷିକ ୫୦ହଜାର ଓ ସହରାଞ୍ଚଳରେ ୬୦ହଜାର ଟଙ୍କାରୁ କମ୍‍ ଆୟକାରୀମାନେ ଏହି ସୁବିଧା ପାଇପାରିବେ। ଏହାଛଡା ହୃଦ୍‍ରୋଗ, କିଡ୍‍ନୀ ଏବଂ କର୍କଟରେ ପୀଡିତ ରୋଗୀଙ୍କ କ୍ଷେତ୍ରରେ ବାର୍ଷିକ ୩ଲକ୍ଷ ଟଙ୍କାରୁ କମ୍‍ ଆୟକାରୀ ରାଜ୍ୟ ଚିକିତ୍ସା ପାଣ୍ଠିରୁ ସୁବିଧା ପାଇପାରିବେ।ଏ ସଂକ୍ରାନ୍ତରେ
ଅଧିକ ବିବରଣୀ ପାଇଁ ଦେୟମୁକ୍ତ ନମ୍ବର ୧୫୫୩୬୯ରେ ଯୋଗାଯୋଗ ପାଇଁ ପରାମର୍ଶ ଦିଆଯାଇଛି।
ପ୍ରକାଶଥାଉକି ଗତ ଅଗଷ୍ଟ ୧୫ ତାରିଖରୁ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ଆରଏସ୍‍ବିୱାଇ ଓ ବିକେକେୱାଇର ପ୍ରାୟ ୭୦ ଲକ୍ଷ ପରିବାରର ସାଢେ ୩କୋଟିରୁ ଅଧିକ ହିତାଧିକାରୀ ଅର୍ନ୍ତଭୁକ୍ତ ହୋଇଛନ୍ତି। ଏମାନଙ୍କୁ ବାର୍ଷିକ ୫ଲକ୍ଷ ଓ ମହିଳାଙ୍କ
କ୍ଷେତ୍ରରେ ୭ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top