Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଅଶ୍ୱିନୀ,ଅମର ଓ ସସ୍ମିତ ବିଜେଡି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଓଡ଼ିଶାରେ ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଜେଡି ଆଇଟି ୱିଙ୍ଗ ମୁଖ୍ୟ ଅମର ପଟ୍ଟନାୟକ, ମୁଖପାତ୍ର ସସ୍ମିତ ପାତ୍ର ଓ ପୂର୍ବତନ ଆଇଏଏସ ଅଶ୍ୱିନୀ ବୈଷ୍ଣବ ବିଜେଡି ପ୍ରାର୍ଥୀ ହେବେ। ଆଜି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ବିରୋଧୀ ଦଳ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ସଂଖ୍ୟା ଅଭାବରୁ ନିଜର ପ୍ରାର୍ଥୀ ଦେଉନଥିବାବେଳେ ବିଜେଡି ପ୍ରାର୍ଥୀମାନେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକରକମ ସ୍ପଷ୍ଟ ହୋଇଛି। ବିଜେଡି ଯେଉଁ ୩ଜଣଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନେଇଛି, ସେମାନଙ୍କୁ ଆବଶ୍ୟକ ଦସ୍ତାବିଜ ପ୍ରସ୍ତୁତ କରିବା ନିମନ୍ତେ ଆଜି ଆନୁଷ୍ଠାନିକ ଭାବେ କୁହାଯାଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ନିର୍ବାଚନ ହେବାକୁ ଥିବା ୩ଟି ଆସନରେ ବିଜେଡି ନେତୃତ୍ୱ ନିଜ ଦଳର ପରାଜିତ ପ୍ରାର୍ଥୀଙ୍କୁ ପଠାଇବା ସପକ୍ଷରେ ନଥିଲେ। ଏହି କାରଣରୁ ବିଜେଡି ଆଇଟି ୱିଙ୍ଗ ମୁଖ୍ୟ ଅମର ପଟ୍ଟନାୟକ, ମୁଖପାତ୍ର ସସ୍ମିତ ପାତ୍ରଙ୍କ ନାଁ ରାଜ୍ୟସଭା ନିର୍ବାଚନ ରେସରେ ସବୁଠୁ ଆଗରେ ରହିଥିଲା। ତା’ଛଡ଼ା ୧୯୯୪ ବ୍ୟାଚ୍ ଓଡ଼ିଶା କ୍ୟାଡ଼ର ଆଇଏଏସ ଅଶ୍ୱିନୀ ବୈଷ୍ଣବଙ୍କର ଜାତୀୟସ୍ତରରେ ବିଜେପି ସହ ଭଲ ସମ୍ପର୍କ ଥିବାରୁ ବିଜେଡି ତାଙ୍କୁ ନିଜ ଦଳୀୟ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ ବୈଷ୍ଣବ ଏବେ ଆଇଏଏସ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇସାରିଛନ୍ତି ଓ ତାଙ୍କୁ ରାଜ୍ୟସଭା ପଠାଇବା ପଛରେ ବିଜେପିର ହାତ ରହିଥିବା ଆକଳନ କରାଯାଉଛି। ସେ ଆଗାମୀ ଦିନରେ ବିଜେଡି ଓ ବିଜେପି ମଧ୍ୟରେ ସେତୁ ଭାବେ କାର୍ଯ୍ୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଏହି ସମସ୍ତ ପ୍ରାର୍ଥୀ ଆସନ୍ତା ୨୪ତାରିଖରେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି।
ଅନ୍ୟପକ୍ଷରେ ବିଧାନସଭା ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବୁଧବାର ଦିନ ବିଜେଡି ୧୨ ସେଟ୍ ପ୍ରାର୍ଥୀପତ୍ର ନେଇଛି। ଦଳର ମୁଖପାତ୍ର ସସ୍ମିତ ପାତ୍ର ଏହି ପ୍ରାର୍ଥୀପତ୍ର ନେଇଛନ୍ତି। ସେହିପରି ଆଜିସୁଦ୍ଧା ବିଜେଡି ସମେତ ମୋଟ ୬ଜଣ ପ୍ରାର୍ଥୀପତ୍ର ନେଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ସାମିଲ ଅଛନ୍ତି। ଗୌରଚନ୍ଦ୍ର ଦାସ, ଡଃ ନଗେନ୍ଦ୍ର ନାଥ ମିଶ୍ର, ଦେବୀପ୍ରସାଦ ବାହାଲିଆ ନାମକ ବ୍ୟକ୍ତିମାନେ ମଧ୍ୟ ପ୍ରାର୍ଥୀପତ୍ର ନେଇଥିବା ସୂଚନା ମିଳିଛି। ତେବେ ଦୁଇ ମୁଖ୍ୟ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ନେଇନଥିବା ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top