Latest

ଘନଉଛି ଆଉ ଏକ ଲଘୁଚାପ ! ରାଜ୍ୟରେ ଦୁଇ ଦିନ ବର୍ଷା ସମ୍ଭାବନା

Posted on

ଭୁବନେଶ୍ୱର, (ଓଡ଼ିଶା ୱେୟାର) :ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରି ଅଧୀକ ଘନୀଭୂତ ହେବ। ୧୪ରେ ଅବପାତ ଏବଂ ୧୬ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି।

ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୬ରେ ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ। ଲଘୁଚାପ ଯୋଗୁଁ ରାଜ୍ୟରେ ୧୭ରୁ ପାଗ ପରିବର୍ତ୍ତନ ହେବ। ୨୦ପର୍ଯ୍ୟନ୍ତ ପାଗ ମେଘୁଆ ରହିବ। ସର୍ବନିମ୍ନ ତାପମାତ୍ରା ପୁଣି ୩ ଡିଗ୍ରୀ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଦକ୍ଷିଣରେ ୧୮ଓ ୧୯ରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବ। ଉତ୍ତର ଓଡ଼ିଶାରେ ୧୯ରୁ ୨୦ ତାରିଖ ସୁଦ୍ଧା ହାଲୁକା ବର୍ଷା ସହ ପାଗ କୋହଲା ରହିବ।

ସେପଟେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଧା, ଝାରସୁଗୁଡ଼ା ଓ କେନ୍ଦ୍ରାପଡା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version