Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସେନା-ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ, ୫ ଯବାନ ଶହୀଦ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହେବା ସମୟରେ ଜେସିଓ (ଜୁନିଅର କମିଶନ ଅଫିସର) ଏବଂ ଚାରିଜଣ ସେନା ଶହୀଦ ହୋଇଛନ୍ତି। ସକାଳ ସମୟରୁ ରଜୌରୀ ସେକ୍ଟରର ପୀର ପଞୌ୍ଜଲ ରେଞ୍ଜରେ ଘଟିଥିବା ଏହି ଏନକାଉଣ୍ଟରରେ, JCO ସମେତ ୫ ଜଣ ଯବାନ ଶହୀଦ ହୋଇଛନ୍ତି। ଏହି ଶହୀଦ ସେନାମାନେ ଆତଙ୍କୀମାନଙ୍କୁ କଡ଼ା ଜବାବ ଦେଇଥିଲେ।

ଆଜି ସକାଳୁ ଜମ୍ମୁ କାଶ୍ମୀରର ବିଭିନ୍ନ ସ୍ଥାନରେ ଆତଙ୍କୀମାନେ ଆକ୍ରମଣ କରିବା ଆରମ୍ଭ କରିଦେଇଥିଲେ। ସେମାନଙ୍କୁ ଭାରତୀୟ ସେନା କଡ଼ା ଜବାବ ଦେଇଥିଲେ। ଅନନ୍ତନାଗ ଏବଂ ବାନ୍ଦିପୋରାରେ ମଧ୍ୟ ଏନକାଉଣ୍ଟର ହୋଇଥିଲା। ଅନନ୍ତନାଗ ଜିଲ୍ଲାର ଭେରିନାଗ ଅଞ୍ଚଳର ଖାଗୁଣ୍ଡରେ ଅବରୋଧ କରି ଏକ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବାରୁ ଏହି ଅପରେସନ୍ ଏନକାଉଣ୍ଟରରେ ପରିଣତ ହୋଇଥିଲା। ସୁରକ୍ଷା ବାହିନୀଙ୍କ ଗୁଳିରେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି।

ଦ୍ୱିତୀୟ ଏନକାଉଣ୍ଟର ବେଳେ ବାନ୍ଦିପୋରା ଜିଲ୍ଲାର ହାଜିନ୍ ଅଞ୍ଚଳର ଗୁଣ୍ଡଜାଙ୍ଗୀରଠାରେ ଏକ ଲସ୍କର-ଏ-ତୋଏବା ଆତଙ୍କବାଦୀ ନିହତ ହୋଇଥିଲେ। କାଶ୍ମୀରର ଇନ୍ସପେକ୍ଟର ଜେନେରାଲ ବିଜୟ କୁମାର କହିଛନ୍ତି, ନିହତ ଆତଙ୍କବାଦୀ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତାଇବା (ଟିଆରଏଫ) ର ଇମତିଆଜ ଅହମ୍ମଦ ଦାର ବୋଲି ଜଣାପଡିଛି। ନିକଟରେ ଶାହାଗୁଣ୍ଡ ବାନ୍ଦିପୋରାରେ ଜଣେ ସାଧାରଣ ନାଗରିକଙ୍କ ହତ୍ୟାରେ ସେ ସମ୍ପୃକ୍ତ ଥିଲେ। ଆଜି ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top