Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେପିରେ ମିଶିଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟସଭା ପ୍ରାର୍ଥୀ ପୂର୍ବତନ ଆଇଏଏସ ଅଫିସର ଅଶ୍ୱିନୀ ବୈଷ୍ଣବ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ତାଙ୍କୁ ଗତକାଲି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ବିଜେଡି ମଧ୍ୟ ବିଜେପିର ପ୍ରାର୍ଥୀ ଶ୍ରୀ ବୈଷ୍ଣବଙ୍କୁ ସମର୍ଥନ ଦେବ ବୋଲି ଘୋଷଣା କରିଥିଲା। ଅବଶ୍ୟ ଶ୍ରୀ ବୈଷ୍ଣବ ବିଜେପିର ସଦସ୍ୟ ହୋଇ ନ ଥିବାରୁ ଆଜି ଦଳରେ ମିଶି ସଦସ୍ୟତା ଗ୍ରହଣ କରିଛନ୍ତି। ସେ ବିଜେପି କାର୍ଯ୍ୟାଳୟକୁ ଯାଇ ଦଳର ରାଜ୍ୟ ସଭାପତି ସାଂସଦ ବସନ୍ତ ପଣ୍ଡା ଓ ଅନ୍ୟ ନେତାମାନଙ୍କ ଉପସ୍ଥିତିରେ ସାମିଲ ହୋଇଥିଲେ। ଶ୍ରୀ ପଣ୍ଡା ତାଙ୍କୁ ଦଳରେ ସ୍ୱାଗତ କରିବା ସହ ସେ ରାଜ୍ୟସଭା ପ୍ରାର୍ଥୀ ହୋଇଥିବା ନେଇ ସୂଚନା ଦେଇଥିଲେ। ଦଳର ଅନୁରୋଧକ୍ରମେ ବିଜେଡି ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ ଦେବାକୁ ଘୋଷଣା କରିଥିବାରୁ ଶ୍ରୀ ପଣ୍ଡା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଶ୍ରୀ ବୈଷ୍ଣବଙ୍କ ନାମ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଭାବେ ପ୍ରଥମେ ଘୋଷଣା କରିଥିଲେ। କିନ୍ତୁ ପରେ ସେ ବିଜେଡିର ନୁହେଁ ବିଜେପିର ପ୍ରାର୍ଥୀ ଓ ତାଙ୍କୁ ବିଜେଡି ସମର୍ଥନ ଦେବ ବୋଲି କହିଥିଲେ। ଅଟଳବିହାରୀ ବାଜପାୟୀ ପ୍ରଧାନମନ୍ତ୍ରୀ ଥିଲାବେଳେ ଶ୍ରୀ ବୈଷ୍ଣବ ତାଙ୍କର ବ୍ୟକ୍ତିଗତ ସଚିବ ଥିଲେ। ହେଲେ ତାଙ୍କ ନାମ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା ପରେ ସୋଶାଲ ମିଡିଆରେ ଭିନ୍ନ ପରିଚୟ ତାଙ୍କର ଆସୁଛି। ଆଇଏଏସରୁ ଅବସର ପରେ ସେ ବିଭିନ୍ନ କମ୍ପାନୀର ନିର୍ଦ୍ଦେଶକ ନିର୍ଦ୍ଦେଶକ ଅଛନ୍ତି। ତାଙ୍କର ଏହି ପରିଚୟ କଥା ପଦାକୁ ଆସିଲା ପରେ ରାଜନୀତିକ ଚର୍ଚ୍ଚା ଆରମ୍ଭ ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top