Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବାଲକ୍ରିଷ୍ଣନଙ୍କ ଅବସର, ଅସିତ୍ ତ୍ରିପାଠୀ ନୂଆ ଉନ୍ନୟନ କମିଶନର

ଭୁବନେଶ୍ୱର(ଓଡବ୍ଲ୍ୟୁ):ଉନ୍ନୟନ କମିଶନର ଆର.ବାଲକ୍ରିଷ୍ଣନ୍ ଆଜି ଅବସର ନେବାପରେ ୧୯୮୬ ବ୍ୟାଚ୍ ଆଇଏଏସ ଅଫିସର ଅସିତ୍ ତ୍ରିପାଠୀ ରାଜ୍ୟର ନୂଆ ଉନ୍ନୟନ କମିଶନର ହେବେ।ସେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମିିଳିଥିବା ସୂଚନା ଅନୁସାରେ ୧୯୮୫ ବ୍ୟାଚ୍ ଆଇଏଏସ ଗଗନ କୁମାର ଧଳଙ୍କୁ ପଛରେ ପକାଇ ୧୯୮୬ ବ୍ୟାଚର ଶ୍ରୀ ତ୍ରିପାଠୀଙ୍କୁ ରାଜ୍ୟର ନୂଆ ଉନ୍ନୟନ କମିଶନର ଭାବେ ନିଯୁକ୍ତି ମିଳିଛି।ଶ୍ରୀ ତ୍ରିପାଠୀ ପୂର୍ବଭଳି ଗୃହ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ।ସେ ୨୦୧୫ ଏପ୍ରିଲ ୨୨ ତାରିଖରୁ ଗୃହ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ଆଇଏଏସ ସଂଗ୍ରାମ କେଶରୀ ମିଶ୍ରଙ୍କ ଅବସର ପରେ ଖାଲି ପଡ଼ିଥିବା ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ପଦବୀରେ ସମବାୟ ସଚିବ ରଞ୍ଜନା ଚୋପ୍ରା ରହିବେ।ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ।ମୁଖ୍ୟ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଅତିରିକ୍ତ ଭାବେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ।

ସୂଚନାଯୋଗ୍ୟ, ପ୍ରଚଳିତ ବ୍ୟବସ୍ଥା ଅନୁସାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧ୍ୟକ୍ଷ ଭାବେ ଉନ୍ନୟନ କମିଶନର କାର୍ଯ୍ୟ କରିଥାନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top