Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ, ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର(ଓଡ଼ିଶା ୱେୟାର ):ବିଧାନସଭାର ବଜେଟ ଅଧିବେଶନ ଆଜିଠୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ଓ ଦିବଂଗତ ସଦସ୍ୟଙ୍କ ଶୋକ ପ୍ରସ୍ତାବ ପରେ ଗୃହ କାର୍ଯ୍ୟକୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ବିଧାନସଭାର ବଜେଟ୍ ଅଧିବେଶନ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ଜୁନ୍ ୨୫ରୁ ଜୁଲାଇ ୨ ତାରିଖ ଏବଂ ଦ୍ବିତୀୟ ପର୍ଯ୍ୟାୟ ଜୁଲାଇ ୧୨ ତାରିଖରୁ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଚାଲିବ।
ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ବିଧାନସଭା ପରିସରରେ ଗାର୍ଡ ଅଫ୍ ଅନର ଦିଆଯାଇଛି । ପ୍ରଥମ ଦିନରେ ରାଜ୍ୟପାଳଙ୍କ ଉଦବୋଧନରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ରାଜ୍ୟପାଳ ଦିବଂଗତ ପୂର୍ବତନ ସାଂସଦ, ବିଧାୟକ ଓ ସହିଦ ଯବାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ବିଧାନସଭାରେ ରାଜ୍ୟପାଳ ନିଜର ଅଭିଭାଷଣ ରଖି କହିଛନ୍ତି ଫୋନିର ଭୟାବହତା ଓ କ୍ଷୟକ୍ଷତି ଜଣାଇଲେ ରାଜ୍ୟପାଳ। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ସରକାରଙ୍କୁ କଲେ ପ୍ରଶଂସା। ଫୋନିର ସଫଳ ମୁକାବିଲା ନେଇ ସରକାରଙ୍କୁ ସବାସୀ ଦେଲେ। ମୋ ସରକାରଙ୍କୁ ପଞ୍ଚମ ଥର ପାଇଁ ବହୁମତ ମିଳିଛି। ମିଶନ ଶକ୍ତି ପାଇଁ ସରକାରଙ୍କୁ ଉଦ୍ୟମକୁ କଲେ ପ୍ରଶଂସା। ମିଶନ ଶକ୍ତି ଯୋଜନାରେ ମହିଳାଙ୍କୁ ସୁଧରେ ମିଳୁଛି ଋଣ। ମିଶନ ଶକ୍ତି ମହିଳା ଗୋଷ୍ଠୀକୁ ୫ହଜାର କୋଟିର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କାଳିଆ ଯୋଜନାରେ ଚାଷୀଙ୍କୁ ମିଳିଛି ସହାୟତା। କାଳିଆ ଯୋଜନାରେ ଭୂମିହୀନ ଓ ଭାଗଚାଷୀଙ୍କୁ ସାମିଲ କରାଯାଇଛି।
ରାଜ୍ୟପାଳ କହିଛନ୍ତି କି, ମୋ ସରକାରକୁ କ୍ରମାଗତ ପଞ୍ଚମ ଥର ପାଇଁ ପ୍ରଚଣ୍ଡ ଜନମତ ମିଳିଛି। ଲୋକଙ୍କ ଭରସା ଓ ବିଶ୍ୱାସକୁ ବଜାୟ ରଖିବା ପାଇଁ ଆମେ ସଂକଳ୍ପବଦ୍ଧ। ନିର୍ବାଚନ ପୂର୍ବରୁ ପ୍ରଥମ ଦିନରୁ ଏନେଇ ପ୍ରଚେଷ୍ଟା କରାଯାଉଛି। ସରକାର ଗଠନର ପ୍ରଥମ ଦିନରୁ ଏନେଇ କାର୍ଯ୍ୟ ଆରମ୍ଭ ହୋଇ ଗଲାଣି। କାଳିଆ ଯୋଜନାରେ ଭୂମିହୀନ, ଭଗଚାଷୀଙ୍କୁ ସାମିଲ କରାଯାଇଛି । କୃଷି ବିକାଶ ଓ କୃଷି ସଶକ୍ତିକରଣ ହେଉଛି ମୂଳ ଲକ୍ଷ୍ୟ ରହିଛି। ମେକ୍ ଇନ ଇଣ୍ଡିଆରେ ୩୦ ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ସବୁ ସ୍ଥାନରେ ଆହାର କେନ୍ଦ୍ର ଆରମ୍ଭ କରିବା ସହ ରାତ୍ରୀରେ କିଭଳି ଭାବରେ ଖାଦ୍ୟ ଯୋଗାଇ ଦିଆଯାଇ ପାରିବ ସେ ନେଇ ଚେଷ୍ଟା କରାଯାଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top