ଭୁବନେଶ୍ୱର(ଓଡ଼ିଶା ୱେୟାର): ଆଜି ସନ୍ଧ୍ୟା ୫ଟା ୩୦ ମିନିଟରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂହ ଓ ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ସମସ୍ତ ପଦାଧିକାରୀ ଓ କର୍ମଚାରୀ ସାମାଜିକ ଦୂରତା ରକ୍ଷାପୂର୍ବକ ବିଧାନସଭା ଅଟ୍ଟାଳିକା ସମ୍ମୁଖରେ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରିଛନ୍ତି। ସୂଚନାଯୋଗ୍ୟ ଯେ, କୋଭିଡ୍ ଯୋଦ୍ଧାମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ନିମନ୍ତେ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।


