Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମାଡ଼ି ଆସୁଛି ବାତ୍ୟା ଜଓ୍ୱାଦ, ଓଡ଼ିଶା ଉପକୂଳରେ ଛୁଇଁବ ସ୍ଥଳଭାଗ !

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେବ। ୩ରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇପାରେ। ଏହାପରେ ଉପକୂଳ ଆଡ଼କୁ ମାଡ଼ି ଆସିଆସନ୍ତା ୪ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହେବ। ଏଭଳି କିଛି ଅନୁମାନ କରିଛି ଭାରତୀୟ ପାଣିପାଗ ।
ତେବେ ଏହା କେଉଁ ଯାଗାରେ ଉପକୂଳ ଅତିକ୍ରମ କରିବ, ତାହା ଆଜି ଜାଣି ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବାତ୍ୟା ଉପକୂଳ ଦେଇ ପୂର୍ବ ଅନୁମାନ ମୁତାବକ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରିପାରେ। ନଚେତ୍ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ମୁହାଁ ହୋଇପାରେ ବାତ୍ୟା। ।ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୩ରୁ ୫ ତାରିଖ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

୪ ଜିଲ୍ଲାକୁ ରେଡ଼ ଓ୍ୱାର୍ଣ୍ଣିଂ, ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୪ତାରିଖ ସକାଳ ଯାଏ ୪ଟି ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂପୁରକୁ ୟେଲୋ ଓ୍ୱାର୍ଣ୍ଣିଂ ଆଲର୍ଟ କରାଯାଇଛି। କିନ୍ତୁ ୪ ତାରିଖରେ ଉକ୍ତ ୪ ଜିଲ୍ଲା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯିବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି। ଏହାସହ ସେହି ଦିନ ଆଉ ୭ ଜିଲ୍ଲା କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡା ଓ କୋରାପୁଟକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମାଲକାନଗିରି ଜିଲ୍ଲାକୁ ବି ୪ ତାରିଖ ଦିନ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ତେବେ ୫ ତାରିଖ ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ସହ ୭ ଜିଲ୍ଲାକୁ ୟେଲୋ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପକ୍ଷେ, ବାତ୍ୟା ମୁକାବିଲା ପାଇଁ ରେସପନ୍ସ ଫୋର୍ସ ମୁତୟନ ହେବେ। ୧୪ଟି ଏନଡିଆରଏଫ ଟିମ୍‌ ୨୮ଟି ୟୁନିଟ୍ ହୋଇ କାର୍ଯ୍ୟ କରିବେ। ୨୦ଟି ଓଡ୍ରାଫ୍ ଟିମ୍ ୬୦ଟି ୟୁନିଟ୍‌ରେ କାର୍ଯ୍ୟ କରିବେ। ୨୦୦ ଅଗ୍ନିଶମ ଟିମ୍ ବାତ୍ୟା ମୁକାବିଲା ପାଇଁ ମୁତୟନ ହେବେ। ଶୁକ୍ରବାର ସୁଦ୍ଧା ରେସପନ୍ସ ଫୋର୍ସ ଜିଲ୍ଲା ଗୁଡ଼ିକରେ ପହଞ୍ଚିବେ ଏବଂ ଆବଶ୍ୟକ ପଡ଼ିଲେ ଆଉ ୧୦ଟି ଏନଡିଆରଏଫ ଟିମ୍ ମଗାଯିବ ବୋଲି ଏସଆରସି କହିଛନ୍ତି। ସେପଟେ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମୀକ୍ଷା ବୈଠକ ଡାକିଥିଲେ। ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। କେନ୍ଦ୍ର କ୍ୟାବିନେଟ୍ ସଚିବ ରାଜୀବ ଗୌବା ସମ୍ଭାବ୍ୟ ବାତ୍ୟାର ସମୀକ୍ଷା କରିଛନ୍ତି। ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ରାଜ୍ୟ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ, ଆଣ୍ଡାମାନ ନିକୋବରର ମୁଖ୍ୟ ସଚିବ ଓ ବିଭାଗୀୟ ଅଧିକାରୀଙ୍କ ସହ କେନ୍ଦ୍ର କ୍ୟାବିନେଟ୍ ସଚିବ ଆଲୋଚନା କରିଛନ୍ତି। ବାତ୍ୟା ପରିସ୍ଥିତିର ମୁକାବିଲା ଓ ବାତ୍ୟା ପରେ ଉଦ୍ଧାର କାର୍ଯ୍ୟକୁ ତଦାରଖ କରିବାକୁ ଗୁରୁତ୍ୱ ଦିଆଯାଇଛି। ଏହିସବୁ ରାଜ୍ୟରେ ୩୨ଟି NDRF ଟିମ୍ ମୁତୟନ ହେବେ। ଯଦି, ଆବଶ୍ୟକ ପଡ଼େ ତା’ହେଲେ ସେନାବାହିନୀର ସହଯୋଗ ନିଆଯିବ ବୋଲି କ୍ୟାବିନେଟ୍ ସଚିବଙ୍କ ପକ୍ଷରୁ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top