Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ORHDC ଦୁର୍ନୀତି ମାମଲାରେ ମୋକିମଙ୍କୁ ହାଇକୋର୍ଟଙ୍କ ଝଟ୍‌କା

କଟକ: ଓଡ଼ିଶା ରୁରାଲ ହାଉଜିଂ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ(ORHDC) ଋଣ ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମକୁ ବଡ ଝଟକା । ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ନିମ୍ନ ଅଦାଲତଙ୍କ ରାୟକୁ କାଏମ୍‌ ରଖିଲେ ହାଇକୋର୍ଟ । ମୋକିମ୍‌ଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ ନିମ୍ନ ଅଦାଲତ । ନିମ୍ନ ଅଦାଲତର ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୋକିମ । ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଆଜି ଏହାର ରାୟ ପ୍ରକାଶ ପାଇଛି । ଭୁବନେଶ୍ୱବର ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ ।

ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ-କଟକ ବିଧାୟକ ମୋକିମ ଏବଂ ଅନ୍ୟମାନଙ୍କୁ ୩ ବର୍ଷର ଜେଲ ଦଣ୍ଡ ଶୁଣାଇଥିଲେ ଭୁବନେଶ୍ବର ଭିଜିଲାନ୍ସ କୋର୍ଟ । ଏହା ରାୟ ଆସିବା ପରେ ମୋକିମଙ୍କ ସଭ୍ୟ ପଦ ରଦ୍ଦ ହେବାର ସମ୍ଭାବନା ବଢିଥିଲା । ତେବେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏହି ମାମଲାର ପ୍ରାରମ୍ଭିକ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ରାୟ ଆସିବା ପର୍ଯ୍ୟନ୍ତ ଅନ୍ତରୀଣ ରହିତାଦେଶ ବଳବତ୍ତର ରହିବ ବୋଲି ନିର୍ଦ୍ଦେଶ ଦେଇଥିଲେ । ଆଜି ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଛନ୍ତି ।

ପ୍ରକାଶ ଥାଉକି, ମହମ୍ମଦ ମୋକିମଙ୍କ ଓଏଚଆରଡିସି ଋଣ ଦୁର୍ନୀତି ମାମଲାରେ ଦାୟର ଏକ ଜନସ୍ୱାର୍ଥ ମାମଲାକୁ ପୂର୍ବରୁ ଅଗ୍ରାହ୍ୟ କରିଦେଇଥିଲେ ହାଇକୋର୍ଟ । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ପରେ ମୋକିମଙ୍କ ସଭ୍ୟପଦ ରଦ୍ଦ ହେବା ଆବଶ୍ୟକ ବୋଲି ପିଟିସନରେ ଉଲ୍ଲେଖ କରି ଡାକ୍ତର ରବି ରଞ୍ଜନ ସାହୁ ଏହି ଜନସ୍ବାର୍ଥ ମାମଲା ଦାୟର କରିଥିଲେ । ଭିଜିଲାନ୍ସ ମାମଲାର ତ୍ୱରିତ ଶୁଣାଣି ପାଇଁ ସେ ଏଥିରେ ପ୍ରାର୍ଥନା କରିଥିଲେ । ହେଲେ ଜନସ୍ୱାର୍ଥ ମାମଲାକୁ ହତିୟାର ଭାବେ ବ୍ୟବହାର କରିହେବ ନାହିଁ । ଏଭଳି ମାମଲା ଜନସ୍ୱାର୍ଥ ମାମଲା ଭାବେ ଗ୍ରହଣୀୟ ନୁହେଁ । ବିଧାୟକ ସାଂସଦଙ୍କ ମାମଲା ଶୁଣାଣି ପାଇଁ ହାଇକୋର୍ଟରେ ସ୍ୱତନ୍ତ୍ର ଖଣ୍ଡପୀଠ ରହିଛନ୍ତି । ସେହି ଖଣ୍ଡପୀଠରେ ସେଭଳି ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top