Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

କୋଇଡ଼ା (ଓଡ଼ିଶା ୱେୟାର): ବାଇକ୍ ଉପରେ ମାଡ଼ି ଗଲା ଏକ ଲୁହାପଥର ବୋଝେଇ ଟ୍ରକ୍। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କେବଲାଙ୍ଗ ଥାନା ଅଧିନସ୍ଥ ବାନ୍ଦୁପଡା ଛକ ଠାରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ବାନ୍ଦୁପଡା ଗାଁର ନବୀନ କିଷାନ। ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ଗାଡ଼ି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।
ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ନବୀନ ବାଇକ୍ ଯୋଗେ ନିଜ ଘର ବାନ୍ଦୁପଡ଼ା ଫେରୁଥିଲେ। ଏହି ସମୟରେ ବାନ୍ଦୁପଡା ଛକଠାରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ତାଙ୍କ ଉପରେ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ନବୀନଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣ ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ନବୀନଙ୍କ ପରିବାରରୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top