Latest

ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

Posted on

କୋଇଡ଼ା (ଓଡ଼ିଶା ୱେୟାର): ବାଇକ୍ ଉପରେ ମାଡ଼ି ଗଲା ଏକ ଲୁହାପଥର ବୋଝେଇ ଟ୍ରକ୍। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କେବଲାଙ୍ଗ ଥାନା ଅଧିନସ୍ଥ ବାନ୍ଦୁପଡା ଛକ ଠାରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ବାନ୍ଦୁପଡା ଗାଁର ନବୀନ କିଷାନ। ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ଗାଡ଼ି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।
ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ନବୀନ ବାଇକ୍ ଯୋଗେ ନିଜ ଘର ବାନ୍ଦୁପଡ଼ା ଫେରୁଥିଲେ। ଏହି ସମୟରେ ବାନ୍ଦୁପଡା ଛକଠାରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ତାଙ୍କ ଉପରେ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ନବୀନଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣ ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ନବୀନଙ୍କ ପରିବାରରୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version