Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭିତରକନିକାରେ ଜାତୀୟ ଉଦ୍ୟାନରେ ଆଜିଠୁ ପକ୍ଷୀ ଗଣନା

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର):ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଆଜିଠୁ ଆରମ୍ଭ ହୋଇଛି ଦେଶୀୟ ପକ୍ଷୀ ଗଣନା । ଏହି ପକ୍ଷୀ ଗଣନା କାର‌୍ୟ୍ୟକ୍ରମ ୭ଦିନ ପର‌୍ୟ୍ୟନ୍ତ ଚାଲିବ । ଗଣନା ପାଇଁ ୨ଟି ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଟିମରେ ୭ ଜଣ ଲେଖାଏଁ ସଦସ୍ୟ ଅଛନ୍ତି ।
ବର୍ଷା ଋତୁ ଆଗମନରେ ଦେଶର କୋଣ ଅନୁକୋଣରୁ ନିଜର ବଂଶ ବିସ୍ତାର ପାଇଁ ଗେଣ୍ଡାଳିଆ,ରାଣୀ ବଗ, ମଝିଆ ବଗ, ଛୋଟ ବଗ, ଖଇରା ବଗ, ଅଞ୍ଜନା ବା ମାଟିଆ ବଗ, ପାଣି କୁଆ, ଅନ୍ଧାରିଆ ବଗ, ଦାଆଁବେଟିଆ, କାପରଖାଇ ଆଦି ପକ୍ଷୀ ଭିତରକନିକାମୁହାଁ ହୋଇଛନ୍ତି। ସେମାନେ ଭିତରକନିକାର ବଗ ଗହଣ, ମଠଆଡ଼ିଆ, ଲଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡିଆର ଗଛମାନଙ୍କରେ ବସା ବାନ୍ଧିଛନ୍ତି ।
ନଦୀ ମୁହାଣର ବ୍ରାହ୍ମଣୀ ନଦୀ ପଠା ଓ ଦ୍ୱୀପରେ ଅବସ୍ଥିତ ଏକର ଏକର ବିଶିଷ୍ଟ ଏହି ଜଙ୍ଗଲ ମଧ୍ୟରେ ବନି, ଗୁଆ, କେରୁଆ, ଓରୁଅ ଗ ରେ ବସା ବାନ୍ଧି ପକ୍ଷୀମାନେ ବଂଶ ବିସ୍ତାର କରିଥାନ୍ତି ।
ଏନେଇ କନିକା ରେଞ୍ଜ ଅଫିସର ମାନସ ଦାସ କହିଛନ୍ତି ଆଜିଠୁ ପକ୍ଷୀଗଣନା ଆରମ୍ଭ ହୋଇଛି। ୨ଟି ଟିମ୍ ହୋଇଛି। ଗୋଟିଏ ଟିମ୍ ମଠଆଡ଼ିଆ ଓ ଅନ୍ୟ ଟିମ୍ ଲକ୍ଷ୍ମୀପ୍ରସାଦ, ଦୁର୍ଗାପ୍ରସାଦଡିଆରରେ ପକ୍ଷୀ ଗଣନା କରିବେ। ୭ ଦିନ ଧରି ଏହି ଗଣନା କାର‌୍ୟ୍ୟକ୍ରମ ଚାଲିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top