Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

‘ମୁଖ୍ୟମନ୍ତ୍ରୀଙ୍କ ଚିଠକୁ ନେଇ ବିଜେପି ହୀନ ରାଜନୀତି କରୁଛି’

ଭୁବନେଶ୍ୱର : କୋଣାର୍କ ମନ୍ଦିର ହେଉଛି ଓଡ଼ିଶାର ଗର୍ବ, ଗୌରବ ଓ ସ୍ୱାଭିମାନର ଏକ ପ୍ରତୀକ । ଏହା ମାଧ୍ୟମରେ ଓଡ଼ିଶା ନିଜର ପରିଚୟକୁ ପ୍ରସାରିତ କରିପାରିଛି । ଏହି ମନ୍ଦିରର ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିବାନେଇ ବିଜେପି ହୀନ ରାଜନୀତି କରୁଛି ବୋଲି ବିଜେଡି ରାଜ୍ୟ ସଂପାଦକ ବିଜୟ ନାୟକ କହିଛନ୍ତି । ଏକ ପ୍ରେସ୍‍ ବିବୃତିରେ ଶ୍ରୀ ନାୟକ କହିଛନ୍ତି ଯେ, ପ୍ରତ୍ୟେକ ଓଡ଼ିଆଙ୍କର ପରମ କର୍ତ୍ତବ୍ୟ । ସଂପ୍ରତି କୋଣାର୍କ ମନ୍ଦିରର ରକ୍ଷଣାବେକ୍ଷଣା ଦାୟିତ୍ୱ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ପ୍ରତ୍ନତତ୍ତ୍ୱ ବିଭାଗ ହାତରେ ରହିଛି । ବର୍ଷାରେ କୋଣାର୍କ ମନ୍ଦିରରେ ପାଣି ଜମିବା କେବଳ ପର୍ଯ୍ୟଟକ ତଥା କୋଣାର୍କକୁ ଦର୍ଶନ କରିବାକୁ ଆସୁଥିବା ଲୋକମାନଙ୍କୁ ଅସୁବିଧାରେ ପକାଉନାହିଁ, ବରଂ ଏହାଦ୍ୱାରା ଏକ ଐତିହାସିକ କୀର୍ତ୍ତିର ଅବକ୍ଷୟର କାରଣ ହେଉଛି । ଏହି ଅସୁବିଧାର ସ୍ଥାୟୀ ସମାଧାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରି ସଂପୃକ୍ତ ବିଭାଗ ମାଧ୍ୟମରେ ସମସ୍ୟାର ସମାଧାନ ପାଇଁ ଆଗ୍ରହ ପ୍ରକାଶ କରିବାକୁ ବିଜେପି ବିରୋଧ କରିବା ହେଉଛି ଏକ ହୀନ ରାଜନୀତି । ସବୁକଥାରେ ବିଜେପି ତଳସ୍ତରକୁ ଆସି ରାଜନୀତି କରୁଛି । ଏହାକୁ ଓଡ଼ିଶାବାସୀ ଗ୍ରହଣ କରିବେ ନାହିଁ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପାଣି ଜମିବା ଏବଂ କୋଣାର୍କ ମନ୍ଦିର ପରିସରରେ ପାଣି ଜମିବା, ଏକା କଥା ନୁହେଁ । ଏହାକୁ ବିଜେପିର କର୍ମକର୍ତ୍ତାମାନେ ନବୁଝିପାରିବା ଦୁର୍ଭାଗ୍ୟଜନକ ବୋଲି ଶ୍ରୀ ନାୟକ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top