Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଦାମଙ୍କ ମୁକାବିଲା କରିବେ ପ୍ରଶାନ୍ତ-ପ୍ରତାପ ଯୋଡ଼ି

ଜଗତସିଂହପୁର :  ବହିଷ୍କୃତ ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ ଜିଲ୍ଲା ବିଜେଡି ସଂଗଠନରେ ଫାଟ ସୃଷ୍ଟି ପାଇଁ ଉଦ୍ୟମ କରିବାର ଆଶଙ୍କା ମଧ୍ୟରେ ଦଳ ପକ୍ଷରୁ ରଣନୀତି ଚୂଡ଼ାନ୍ତ ହୋଇଛି। ଜଗତସିଂହପୁର ଜିଲ୍ଲା ବିଜେଡି ସଭାପତି ବିଷ୍ଣୁ ଦାସ ଓ ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଫୁଲ୍ଲ ସାମଲଙ୍କ ଦୁର୍ବଳ ସାଂଗଠନିକ ରଣନୀତିକୁ ଦୃଷ୍ଟିରେ ରଖି ଆଜି ଏରସମା-ବାଲିକୁଦା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି।
ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ଭାବେ ପ୍ରଶାନ୍ତ ମୁଦୁଲିଙ୍କୁ ନିଯୁକ୍ତି ଦେଇଛନ୍ତି।ତାଙ୍କ ସହିତ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କୁ ମଧ୍ୟ ଜଗତସିଂହପୁର ଜିଲ୍ଲାର ସହ-ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି।ପ୍ରତାପ ପୂର୍ବଭଳି ଅନୁଗୁଳ ଜିଲ୍ଲା ସଭାପତି ଅଛନ୍ତି।
ସୂଚନା ଅନୁସାରେ ଆଗକୁ ସାଧାରଣ ନିର୍ବାଚନ ରହିଥିବାବେଳେ ବିଷ୍ଣୁ ଓ ପ୍ରଫୁଲ୍ଲ ଜିଲ୍ଲାରେ ସଂଗଠନକୁ ସୁଦୃଢ଼ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ନେବାରେ ସକ୍ଷମ ହୋଇନାହାନ୍ତି।ଏପରିକି ବିଷ୍ଣୁଙ୍କ ଯୋଗୁ ଏବେ ଜିଲ୍ଲାରେ ଦଳ ବିଭିନ୍ନ ଭାଗରେ ବିଭକ୍ତ ହୋଇ ରହିଛି।ବିଷ୍ଣୁଙ୍କର ବ୍ୟକ୍ତିଗତ ଭାବେ ତିର୍ତୋଲ ବିଧାୟିକା ରାଜଶ୍ରୀ ମଲ୍ଲିକ ଓ ବାଲିକୁଦା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କ ସହ ଭଲ ସମ୍ପର୍କ ନାହିଁ । ଦାମଙ୍କ ସହ ତାଙ୍କର ଦୀର୍ଘଦିନର ଶତ୍ରୁତା ରହିଛି।ତେଣୁ ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ସଂଗଠନକୁ ସୁଦୃଢ଼ କରିବା ପାଇଁ ଏବେ ବିଷ୍ଣୁଙ୍କ ବଦଳରେ ପ୍ରଶାନ୍ତଙ୍କ ଉପରେ ବିଜେଡି ସୁପ୍ରିମୋ ଆସ୍ଥା ପ୍ରକଟ କରିଛନ୍ତି । ପ୍ରଶାନ୍ତଙ୍କୁ ନିଜ ଅନୁସାରେ କାର୍ଯ୍ୟ କରିବାର ସୁଯୋଗ ଦେବା ନିମନ୍ତେ ତାଙ୍କର ଘନିଷ୍ଠ ସମ୍ପର୍କ ଥିବା ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମଧ୍ୟ ଜିଲ୍ଲାରେ ସହପର୍ଯ୍ୟବେକ୍ଷକ ଭାବେ ଅବସ୍ଥାପିତ କରାଯାଇଛି।ତେଣୁ ପ୍ରଶାନ୍ତ ଓ ପ୍ରତାପ ଯୋଡ଼ି ଆଗାମୀ ଦିନରେ ଜିଲ୍ଲାରେ ଦାମଙ୍କୁ ପ୍ରତିହତ ନିମନ୍ତେ କିଭଳି ରଣନୀତି ପ୍ରସ୍ତୁତ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର।
ସୂଚନାଯୋଗ୍ୟ, ପ୍ରଶାନ୍ତ ଓ ତାଙ୍କର ହଜାର ହଜାର ସମର୍ଥକଙ୍କ ଅଭିଯୋଗ ଆଧାରରେ ଦଳବିରୋଧୀ କାର୍ଯ୍ୟ ପାଇଁ ଡାକ୍ତର ରାଉତଙ୍କୁ ବିଜେଡିରୁ ବହିଷ୍କୃତ କରାଗଲା ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରାଯାଇଛି।
Click to comment

Leave a Reply

Your email address will not be published. Required fields are marked *

Most Popular

To Top