Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଏମଏସପି ଦାବିରେ ଦିଲ୍ଲୀ ଯାତ୍ରା କଲେ ବିଜେଡି କର୍ମୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) କ୍ୱିଣ୍ଟାଲ ପିଛା ୨୯୩୦ଟଙ୍କା କରିବା ଦାବିରେ ବିଜେଡି କର୍ମୀମାନେ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି । ୮ତାରିଖରେ ଦିଲ୍ଲୀର ତାଲକୋଟରା ଇନଡୋର ଷ୍ଟାଡ଼ିୟମରେ ସମାବେଶ କରି ଏମଏସପି ବୃଦ୍ଧି ଦାବିରେ ଦଳ ପକ୍ଷରୁ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର ଦିଆଯିବ ।

ରାଜ୍ୟର ବିଭିନ୍ନ ଭାଗରୁ ଆସିଥିବା ଦଳୀୟ କର୍ମୀ, ବିଧାୟକ ଓ ସାଂସଦଙ୍କ ଉପସ୍ଥିତିରେ ଆଜି ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମାଲ୍ୟାର୍ପଣ କରିଥିଲେ । ଏହାପରେ ‘କୃଷକ ଅଧିକାର ଯାତ୍ରା’ ବ୍ୟାନରରେ ଦଳୀୟ କର୍ମୀ ଓ ନେତାମାନେ ରେଳ ଷ୍ଟେସନକୁ ଯାଇ ସେଠାରୁ ସ୍ୱତନ୍ତ୍ର ଟ୍ରେନରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି । ବିଜୁ କୃଷକ ଜନତା ଦଳ ମହାସଚିବ ପ୍ରତାପ ଜେନାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଯାତ୍ରାରେ ରାଜ୍ୟର କୃଷକନେତା, ବିଧାୟକ, ମନ୍ତ୍ରୀ, ସାଂସଦ ଓ ପଞ୍ଚାୟତ ପ୍ରତିନିଧିମାନେ ସାମିଲ ହୋଇଛନ୍ତି । ଏକ ସ୍ୱତନ୍ତ୍ର ଟ୍ରେନ୍‍ରେ ଯାଉଥିବା ଏହି ପ୍ରତିନିଧିମାନେ ଦିଲ୍ଲୀରେ ୭ ତାରିଖ ଦିନ ପହଞ୍ଚବେ । ୮ ତାରିଖରେ ବିକ୍ଷୋଭ ଓ ଧାରଣା ପ୍ରଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସେଠାରେ ସମସ୍ତଙ୍କୁ ଉଦ୍‍ବୋଧନ ଦେବେ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଷ୍ଟ୍ରପତି ଭବନକୁ ଯାଇ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର ପ୍ରଦାନ କରିବ ବୋଲି ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top