Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ନିର୍ବାଚନ କମିଶନଙ୍କୁ ପ୍ରଭାବିତ କରିଛି ବିଜେପି : ବିଜେଡି

ଭୁବନେଶ୍ୱର(ଓଡ଼ିଶା ୱେୟାର):ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟଗ୍ରହଣ ପ୍ରସଙ୍ଗରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ବିଜେଡି ଏଥିପାଇଁ ବିଜେପିକୁ ଦାୟୀ କରିଛି । ନିର୍ବାଚନ କମିଶନଙ୍କୁ ପ୍ରଭାବିତ କରି ବିଜେପି ନିଜେ ଦୁର୍ବଳ ଥିବା ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ କରାଉଛି ବୋଲି ବିଜେଡି କହିଛି ।
ଆଜି ଏକ ସାମ୍ବାଦିକମାନଙ୍କୁ ସୂଚନା ଦେଇ ବିଜେଡି ଆଇଟି ୱିଙ୍ଗ୍ ମୁଖ୍ୟ ଅମର ପଟ୍ଟନାୟକ ଖୋଲାଖୋଲି ଭାବେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବାବେଳେ ବିଜେଡି ପକ୍ଷରୁ ନିର୍ବାଚନ କମିଶନଙ୍କ ବିଶ୍ୱସନୀୟତା ଉପରେ ଉଠାଇଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶା ତୁଳନାରେ ଆନ୍ଧ୍ର ଓ ଗୁଜରାଟରେ ଅଧିକ ଆସନ ଥାଇ ମଧ୍ୟ ସେଠାରେ ଗୋଟିଏ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ । କିନ୍ତୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେବ । ଓଡ଼ିଶାରେ ମାଓବାଦୀ ସମସ୍ୟା ପାଇଁ ପୂର୍ବରୁ ୨ଟି ପର୍ଯ୍ୟାୟରେ ନିର୍ବାଚନ ହେଉଥିବାବେଳେ ପୂର୍ବ ତୁଳନାରେ ସ୍ଥିତି ଭଲ ଥାଇ ମଧ୍ୟ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେଉଛି । ବିଜେପି ଦ୍ୱାରା ପ୍ରଭାବିତ ହୋଇ ମୁଖ୍ୟ ନିର୍ବାଚନ କମିଶନ ଏଭଳି ପଦକ୍ଷେପ ନେଇଛନ୍ତି । ଯେଉଁଠି ବିଜେପି ଦୁର୍ବଳ ଅଛି, ସେଠି ଅଧିକ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯାଉଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।
ଅନ୍ୟପକ୍ଷରେ ସାମ୍ବାଦିକମାନଙ୍କୁ ପ୍ରତିକ୍ରିୟା ଦେଇ ପ୍ରଦେଶ କଂଗ୍ରେସ ସଭାପତି ସଭାପତି ନିରଞ୍ଜନ ପଟ୍ଟନାୟକ “ନିର୍ବାଚନ ପ୍ରକ୍ରିୟା ଲମ୍ବା ହେବାରେ ଅସୁବିଧା କ’ଣ ବୋଲି ଓଲଟା ପ୍ରଶ୍ନ କରିଛନ୍ତି । ଓଡ଼ିଶା ଇତିହାସରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ପ୍ରଥମଥର ହେଉଛି ।” ରାଜ୍ୟରେ ନିର୍ବାଚନ ପ୍ରକ୍ରିୟା ଲମ୍ବା ହେବାକୁ ନେଇ ଇସିଆଇଙ୍କ ବିଶ୍ୱସନୀୟତା ଉପରେ ବିଜେଡି ପ୍ରଶ୍ନ ଉଠାଇଥିଲେ ମଧ୍ୟ କଂଗ୍ରେସ ଏହାକୁ ସମର୍ଥନ କରିନି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top