Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଛାତ୍ରବୃତି ହ୍ରାସ ପ୍ରତିବାଦରେ ବିଜେଡିର ଗଣସଂଗ୍ରାମ,୨୪ରେ ରିଲେ ଅନଶନ

ଭୁବନେଶ୍ୱର(ଓଡବ୍ଲ୍ୟୁ): ରାଜ୍ୟର ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କୁ ମିଳୁଥିବା ଛାତ୍ରବୃତିର ଅଂଶଧନକୁ କେନ୍ଦ୍ର ସରକାର ହ୍ରାସ କରିବା ପ୍ରତିବାଦରେ ବିଜେଡି ଗଣସଂଗ୍ରାମ କରିବ ବୋଲି ଚେତାବନୀ ଦେଇଛି।ଆସନ୍ତା ୨୪ତାରିଖରେ ରାଜଭବନ ସମ୍ମୁଖରେ ୪ଘଂଟିଆ ରିଲେ ଅନଶନ କରିବ।
ଆଜି ଦଳୀୟ ମୁଖ୍ୟାଳୟରେ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା, ବିଧାୟକ ପ୍ରମିଳା ମଲ୍ଲିକ, ପଦ୍ମନାଭ ବେହେରା, ଲାଲବିହାରୀ ହିମିରିକା ଓ ପୂର୍ଣ୍ଣଚନ୍ଦ୍ର ସେଠୀ ମିଳିତ ଭାବେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, କେନ୍ଦ୍ରରେ ଥିବା ଏନ୍‍ଡିଏ ସରକାରଙ୍କ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ଅବର୍ଣ୍ଣନୀୟ।ଏକ ସଂଘୀୟ ବ୍ୟବସ୍ଥାରେ ଯେମିତି ରାଜ୍ୟର କିଛି ହକ୍‍ ନାହିଁ, କିଛି ନ୍ୟାଯ୍ୟ ଅଧିକାର ନାହିଁ,ସବୁକଥା ପାଇଁ ଲଢ଼େଇ କରିବାକୁ ପଡିବ, ଏଇଭଳି ଏକ ପରିସ୍ଥିତି ସୃଷ୍ଟି କରିଛି କେନ୍ଦ୍ରର ଏନ୍‍ଡିଏ ସରକାର।ଏହାର ସଦ୍ୟତମ ଉଦାହରଣ ହେଉଛି ରାଜ୍ୟର ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉପରେ କେନ୍ଦ୍ରର କୁଠାରାଘାତ ଏବଂ ଧାର୍ଯ୍ୟ ସମୟରେ ଛାତ୍ରବୃତ୍ତି ନଦେଇ ଲକ୍ଷାଧିକ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଅନ୍ଧାରକୁ ଠେଲିଦେବା।
ରାଜ୍ୟରେ ପ୍ରାୟ ୨ଲକ୍ଷ ଅନୁସୂଚିତ ଜାତି ଛାତ୍ରଛାତ୍ରୀ ମାଟ୍ରିକ ଉଚ୍ଚତର ଶ୍ରେଣୀରେ ଅଧ୍ୟୟନ କରିଥାନ୍ତି।ଏହି ଛାତ୍ରଛାତ୍ରୀଙ୍କ ଉଚ୍ଚତର ଶିକ୍ଷା ପାଇଁ କେନ୍ଦ୍ର ପ୍ରାୟୋଜିତ ମେଧାବୃତ୍ତି ବ୍ୟବସ୍ଥା କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟ ପକ୍ଷରୁ ହୋଇଆସୁଛି।ଏହି ବ୍ୟବସ୍ଥାରେ କେନ୍ଦ୍ର ୯୦% ଆର୍ôଥକ ବ୍ୟବସ୍ଥାରେ ସହଯୋଗ ରଖୁଥିଲା।୨୦୧୬-୧୭ ଆର୍ôଥକ ବର୍ଷରେ ଏହିକ୍ରମରେ ୨୧୫.୮୦ କୋଟି କେନ୍ଦ୍ରର ଅଂଶ ହୋଇଥିଲା ବେଳେ ରାଜ୍ୟ ଅଂଶ ୨୨.୪୮ କୋଟି ଟଙ୍କା ଥିଲା।ହଠାତ୍‍ କେନ୍ଦ୍ର ସରକାର ଏହି ବ୍ୟବସ୍ଥାର ଆଶ୍ଚର୍ଯ୍ୟଜନକ ଭାବେ ପରିବର୍ତ୍ତନ ଘଟାଇ ରାଜ୍ୟ ସରକାରଙ୍କ ଉପରେ ୮୦%ରୁ ଅଧିକ ଆର୍ôଥକ ବୋଝ ଲଦି ଦେଇଛନ୍ତି, ଯାହା ସମଗ୍ର ଅନୁସୂଚିତ ଜାତି ଛାତ୍ରଛାତ୍ରଙ୍କ ପ୍ରତି ଚରମ ଅନ୍ୟାୟ ବୋଲି ବିଜୁ ଜନତା ଦଳ ଅନୁଭବ କରୁଛି।ଫଳତଃ ଏହି ବର୍ଗର ଉଚ୍ଚତର ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କ ୨୦୧୭-୧୮ ବର୍ଷରେ ମେଧାବୃତ୍ତି ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କୁ ୨୩୮.୨୮ କୋଟି ଟଙ୍କାର ଆର୍ôଥକ ବୋଝକୁ ବହନ କରିବାକୁ ପଡିବ।ମୁଖ୍ୟମନ୍ତ୍ରୀ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ମେଧାବୃତ୍ତି ପାଇଁ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟକୁ ପତ୍ର ଲେଖି ଅନୁଦାନ କ୍ଷେତ୍ରରେ ପୁନର୍ବିଚାର କରିବା ସହ ପୂର୍ବବତ୍‍ କେନ୍ଦ୍ର ୯୦% ଓ ରାଜ୍ୟ ୧୦% ବହନ କରିବା ଲାଗି ଅନୁରୋଧ କରିଛନ୍ତି।ରାଜ୍ୟ ସରକାରଙ୍କ ଆର୍ôଥକ ବୋଝକୁ ଲାଘବ କରିବା ପରିବର୍ତ୍ତେ କେନ୍ଦ୍ର ସରକାର ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କ୍ଷେତ୍ରରେ ଯେଉଁ ଅଂଶ ପରିବର୍ତ୍ତନ ନିଷ୍ପତ୍ତି ନେଇ ନିଜ ମୁଣ୍ଡରୁ ବୋଝ ହଟାଇଛନ୍ତି, ତାହା ରାଜ୍ୟ ପାଇଁ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି।ବିଜେଡି ଏହାର ଦୃଢ଼ ପ୍ରତିବାଦ କରୁଛି।କେନ୍ଦ୍ର ସରକାର ଛାତ୍ରବୃତ୍ତିର ଢାଞ୍ଚା ସଂପୂର୍ଣ୍ଣ ରୂପେ ପରିବର୍ତ୍ତନ କରିଥିବାରୁ ପୂର୍ବରୁ ଦେଉଥିବା ୯୦% ଛାତ୍ରବୃତ୍ତି ବର୍ତ୍ତମାନ ୨୦%ରେ ସୀମିତ ରହିଛି।କେନ୍ଦ୍ରର ଏପରି ବୈମାତୃକ ମନୋଭାବ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ କେନ୍ଦ୍ରର ନିଷ୍ଠା ଓ ଆନ୍ତରିକତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏହି ବର୍ଗର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ନିଜ ନିଷ୍ପତ୍ତିର ତୁରନ୍ତ ପୁନଃବିଚାର କେନ୍ଦ୍ର ସରକାର କରିବେ ବୋଲି ବିଜୁ ଜନତା ଦଳ ଆଶା କରୁଛି ଏବଂ ପୂର୍ବବତ୍‍ ୯୦:୧୦ ପ୍ରତିଶତ କେନ୍ଦ୍ର-ରାଜ୍ୟ ଅଂଶର ପ୍ରଚଳନ ପାଇଁ ଦାବି ରଖୁଛି।ଆସନ୍ତା ୨୪ ତାରିଖରେ ଏହାର ପ୍ରତିବାଦରେ ରାଜଭବନ ସମ୍ମୁଖରେ ସକାଳ ୮ଟାରୁ ୧୨ ଘଣ୍ଟିଆ ପ୍ରତୀକାତ୍ମକ ରିଲେ ଅନଶନ ଅନୁଷ୍ଠିତ ହେବ ବୋଲି ଦଳ ପକ୍ଷରୁ ଘୋଷଣା କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top