Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜିଠୁ ଡ୍ରାଇଭିଂ ଟେଷ୍ଟ ପାଇଁ ବୁକିଂ ଆରମ୍ଭ

ଭୁବନେଶ୍ୱର, (ଓଡ଼ିଶା ୱେୟାର):
କୋଭିଡ୍ କଟକଣା ପାଇଁ ‘ବି’ କାଟୋଗୋରିରେ ଥିବା ୯ଟି ଜିଲ୍ଲାରେ ଡ୍ରାଇଭିଂ ଲାଇସେନ୍ସ ନିମନ୍ତେ ଟେଷ୍ଟ ପାଇଁ ସ୍କଟ୍ ବୁକିଂ ଆରମ୍ଭ ହେବ। କେବଳ ପୁରୀ ଜିଲ୍ଲାକୁ ବାଦ୍ ଦେଇ ‘ବି’ କାଟୋଗୋରିଭୁକ୍ତ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରେ ଆସନ୍ତାକାଲି ସକାଳ ୧୧ଟାରୁ ଡ୍ରାଇଭିଂ ଲାଇସେନ୍ସ ନିମନ୍ତେ ସ୍କିଲ୍ ଟେଷ୍ଟ ପାଇଁ ସ୍ଲଟ ବୁକିଂ ଆରମ୍ଭ ହେବ।
ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ କାର‌୍ୟ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ପୂର୍ବରୁ ରାଜ୍ୟର ଅନ୍ୟ ୨୦ଟି ଜିଲ୍ଲାରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ସ୍କଟ୍ ବୁକିଂ ପ୍ରକ୍ରିୟା ଗତ ଜୁନ୍ ୨୧ ଓ ଜୁଲାଇ ୫ତାରିଖରୁ ଆରମ୍ଭ ହୋଇଛି। ସେହିପରି ପୁରୀ ଜିଲ୍ଲା ପାଇଁ ଜୁଲାଇ ୧୩ତାରିଖ ସକାଳ ୧୧ଟାରୁ ସ୍ଲଟ୍ ବୁକିଂ ଆରମ୍ଭ ହୋଇପାରିବ। ତା’ପରଠୁ ପ୍ରତ୍ୟେକ ଦିନ ସକାଳ ୭ଟାରୁ ୧୦ଟା ପର‌୍ୟ୍ୟନ୍ତ ଡ୍ରାଇଭିଂ ସ୍କିଲ୍ ଟେଷ୍ଟ ନିମନ୍ତେ ସ୍ଲଟ ବୁକିଂ କରାଯାଇପାରିବ। ଯେଉଁମାନେ ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିଛନ୍ତି ସେମାନେ ହିଁ ଏହି ସ୍ଲଟ ବୁକିଂ କରିପାରିବେ। ଡ୍ରାଇଭିଂ ନବୀକରଣ ପାଇଁ ପୁନଃ ଟେଷ୍ଟ ନିମନ୍ତେ ଅନୁମତି ଦିଆଯିବ। ଆବେଦନକାରୀମାନେ ଟେଷ୍ଟ ସେଣ୍ଟରକୁ ଯିବାବେଳେ ସାଙ୍ଗରେ ନିଜର ବନ୍ଧୁ କିମ୍ବା ସାଙ୍ଗସାଥୀଙ୍କୁ ନଆଣିବା ତଥା କୋଭିଡ୍ ନିୟମ ମାନି ସାମାଜିକ ଦୂରତ୍ୱ ଓ ମାସ୍କ ପିନ୍ଧି ଟେଷ୍ଟିଂ ସେଣ୍ଟରକୁ ଯିବାକୁ ପରାମର୍ଶ ଦିଆଯାଇଛି। ସେହିପରି କୋଭିଡ୍ ଲକ୍ଷଣ ଥିଲେ ଟେଷ୍ଟିଂ ନିମନ୍ତେ ଅନୁମତି ମିଳିବ ନାହିଁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top