Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

‘ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ’ ଗଢ଼ିଲେ ବ୍ରଜ ଓ ଖାରବେଳ

ଭୁବନେଶ୍ୱର(ଓଡ଼ିଶା ୱେୟାର): ସାଧାରଣ ନିର୍ବାଚନ ପୂର୍ବରୁ ‘ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ’ ନାଁରେ ସେମାନେ ଏକ ନୂଆ ମେଣ୍ଟ ଗଠନ ହୋଇଛି। ବ୍ରଜ କିଶୋର ତ୍ରିପାଠୀଙ୍କ ସମତା କ୍ରାନ୍ତି ଦଳ ଓ ଖାରବେଳ ସ୍ୱାଇଁଙ୍କ ଉକ୍ରଳ ଭାରତ ଏକାଠି ହୋଇଛନ୍ତି ଓ ‘ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ’ ନାଁରେ ନୂଆ ମେଣ୍ଟ ଗଠନ କରିଛନ୍ତି ଯାହା ଆଗାମୀ ନିର୍ବାଚନରେ ମିଳିତ ଭାବେ ପ୍ରାର୍ଥୀ ଦେବ। ବିଜେଡିକୁ ରାଜ୍ୟରୁ କ୍ଷମତାରୁ ବେଦଖଲ କରିବା ପାଇଁ ଏହି ସାମ୍ମୁଖ୍ୟ ଆତ୍ମପ୍ରକାଶ କରିଛି ବୋଲି ଉଭୟ ନେତା କହିଛନ୍ତି।
ଆଜି ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରି ଶ୍ରୀ ତ୍ରିପାଠୀ ଓ ଶ୍ରୀ ସ୍ୱାଇଁ କହିଛନ୍ତି ଯେ, ଦୀର୍ଘ ୧୮ବର୍ଷ ଧରି ରାଜ୍ୟରେ ଶାସନ କରୁଥିବା ଅପାରଗ ଓ ଦୁର୍ନୀତିଗ୍ରସ୍ତ ବିଜେଡି ସରକାରକୁ ଗାଦିଚ୍ୟୁତ କରିବା ଏହି ସାମ୍ମୁଖ୍ୟର ମୂଳ ଲକ୍ଷ୍ୟ ହେବ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ଦରିଦ୍ରରୁ ଅତି ଦରିଦ୍ର‌୍ୟ ହୋଇଛି। ରାଜ୍ୟରେ ଭିତ୍ତିଭୂମି କ୍ଷେତ୍ରରେ ସୁଧାର ସହ ନିଯୁକ୍ତି ସୁଯୋଗ ସୃଷ୍ଟି ଓ ଦୁର୍ନୀତି ହଟାଇବା ଉପରେ ନବୀନ ପଟ୍ଟନାୟକ ସରକାର ଗୁରୁତ୍ୱ ନଦେଇ କେବଳ ଭୋଟ ଲୋଭରେ ଲୋକଙ୍କୁ ରାଜକୋଷ ଅର୍ଥ ବାଣ୍ଟିବାରେ ଲାଗିଛନ୍ତି । ଲୋକଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆସୁନି ବରଂ ଲକ୍ଷ ଲକ୍ଷ ଲୋକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏସବୁ ସମସ୍ୟାକୁ ଦୃଷ୍ଟିରେ ରଖି ଏହି କାରଣରୁ ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ ଗଠନ ହୋଇଛି । ଅନ୍ୟ ରାଜ୍ୟରେ ଏଭଳି ସାମ୍ମୁଖ୍ୟ ଗଠନ ସଫଳ ହୋଇଛି । ତେଣୁ ଓଡ଼ିଶାରେ ‘ମାଟି’କୁ ଭଲ ପାଉଥିବା ସମଭାବାପନ୍ନ ଦଳମାନେ ଏହି ସାମ୍ମୁଖ୍ୟରେ ସାମିଲ ହେବେ ବୋଲି ଉଭୟ ନେତା ଆଶାବ୍ୟକ୍ତ କରିଛନ୍ତି। ବରିଷ୍ଠ ନେତା ବିଜୟ ମହାପାତ୍ର, ବୈଜୟନ୍ତ ପଣ୍ଡା, ଡାକ୍ତର ଦାମୋଦର ରାଉତ, ଦିଲ୍ଲୀପ ରାୟ, ପଞ୍ଚାନନ କାନୁନଗୋ ଆଦି ସମସ୍ତଙ୍କୁ ଏହି ସାମ୍ମୁଖ୍ୟରେ ସାମିଲ ହେବାକୁ ଆହ୍ୱାନ କରାଯାଇଛି ବୋଲି ସେମାନେ କହିଛନ୍ତି ।
ଆଗାମୀ ଦିନରେ ସାମ୍ମୁଖ୍ୟର କଳେବର ବୃଦ୍ଧି କରାଯିବା ପାଇଁ ପଦକ୍ଷେପ ନିଆଯାଉଛି। ଏହି ସାମ୍ବାଦିକ ସମ୍ମିଳନୀରେ ସମତାକ୍ରାନ୍ତି ଦଳର ସଭାପତି ପ୍ରଶାନ୍ତ କୁମାର ମିଶ୍ର, ଉକ୍ରଳ ଭାରତର ରାଜ୍ୟ ସଭାପତି ଦିଲ୍ଲୀପ ମଲ୍ଲିକ, ଉପସଭାପତି ଲୋକନାଥ ଷଡ଼ଙ୍ଗୀ, ସମତାକ୍ରାନ୍ତି ଦଳର ଯୁବ ସଭାପତି ଶାରଦାପ୍ରସନ୍ନ ସ୍ୱାଇଁ ଆଦି ନେତାମାନେ ଉପସ୍ଥିତ ଥିଲେ।
ସୂଚନା ଅନୁସାରେ ଏହି ସାମ୍ମୁଖ୍ୟ ଏବେ ଅଣକଂଗ୍ରେସ ଓ ଅଣବିଜେଡି ନେତାମାନଙ୍କୁ ଏକଜୁଟ କରି ସମଭାବାପନ୍ନ ନେତାମାନଙ୍କୁ ନିର୍ବାଚନ ମଇଦାନରେ ଓହ୍ଲାଇ ବିଜେଡିକୁ କଡ଼ା ଟକ୍କର ଦେବାକୁ ରଣନୀତି ପ୍ରସ୍ତୁତ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top