Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବ୍ରାଉନସୁଗର ଜବତ, ୩ ବେପାରୀ ଗିରଫ

ଜଳେଶ୍ୱର, (ଓଡ଼ିଶା ୱେୟାର) : ଅଢେଇ କୋଟିର ବ୍ରାଉନସୁଗର ଜବତ। ଜଳେଶ୍ୱର ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢାଉ ବେଳେ ବିପୁଳ ପରିମାଣର ଧଳା ଜହର ଜବତ କରାଯାଇଛି। ଘଟଣାରେ ୩ ବେପାରୀଙ୍କୁ ଗିରଫ କରିଛି ପୋଲିସ।
ଜବତ ୨ କେଜି ୪୦୦ଗ୍ରାମ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ଅଢେଇ କୋଟି ଟଙ୍କା ହେବ। ତେବେ ଏତେ ପରିମାଣର ବ୍ରାଉନ ସୁଗାର କେଉଁଠାରୁ କେଉଁଠିକୁ ଚାଲାଣ ହେଉଥିଲା ସେନେଇ ତଦନ୍ତ ଜାରି ରହିଛି।

ସୂଚନା ଥାଉକି, ନିକଟରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ସାର୍ଥା ଗାଁରୁ ବ୍ରାଉନସୁଗର ବେପାରୀକୁ ଗିରଫ କରାଯାଇଥିଲା । ଏହା ସହ ଏକ ଚୋରା ବନ୍ଧୁକ ଜବତ କରିଥିଲା ପୋଲିସ୍ । ଗିରଫ ଅଭିଯୁକ୍ତ ଥିଲା ସୁନୀଲ ଗୌଡ । ସୁନୀଲ ଗାଁ ଭିତରେ ପଶି ଲୋକଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରୁଥିବାବେଳେ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଖବର ପାଇ ସାର୍ଥା ଫାଣ୍ଡି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଥିଲା ।
ସେହିପରି ନିକଟରେ ଜଳେଶ୍ୱରରୁ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ ହୋଇଥିଲା । ଜଳେଶ୍ୱର ଥାନା ମହମ୍ମଦନଗର ପାଟଣା ରାସ୍ତାରୁ ୧୦୫ ଗ୍ରାମର ବ୍ରାଉନସୁଗର ଜବତ କରିଥିଲା ପୋଲିସ । ଭୁବନେଶ୍ୱର ଚାଲାଣ ହେଉଥିବାବେଳେ ପୋଲିସ ଚଢାଉ କରିଥିଲା।ବ୍ରାଉନସୁଗର କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିବା ସହ ଗୋଟିଏ ବାଇକ୍‌ ଜବତ କରାଯାଇଥିଲା। ଗିରଫ ଦୁଇଜଣ ଭୁବନେଶ୍ୱରର ବୋଲି ଜଣାପଡିଥିଲା ।

ତେବେ ପ୍ରାୟତଃ ସମୟର ଜଳେଶ୍ୱର ଅଞ୍ଚରୁ ବାରମ୍ବାର ବିପୁଳ ପରିମାଣର ଧଳା ଜହର ଜବତ କରାଯାଉଛି। ଅନେକ ବେପାରୀଙ୍କୁ ମଧ୍ଯ ଗିରଫ କରାଯାଉଛି । ରାଜ୍ଯ ତଥା ରାଜ୍ଯ ବାହାରେ ବର୍ତ୍ତମାନ ସମୟରେ ଏହି ଧଳା ଜହର ଚୋରା ବ୍ଯବସାୟ ଜୋରଦାର୍ ଚାଲିଛି। ଯେଉଁଥିରେ ବିଶେଷ କରି ଯୁବଗୋଷ୍ଠୀମାନେ ଫଶିଥିବାର ଜଣାପଡିଛି। ଏସବୁକୁ ରୋକିବାକୁ ପୋଲିସ୍ କଠୋର ନୀତି ଅବଲମ୍ବନ କରୁଛି ତଥାପି ପୋଲିସ୍ ଆଖିରେ ଧୂଳି ଦେଇ ନିଜର କଳାକାରନାମା ଜାରି ରଖିଛନ୍ତି ଚୋରା ବେପାରୀମାନେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top