ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅଞ୍ଚଳର ଶାନ୍ତି ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ଜଣେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ଅପରାହ୍ନରେ ମୈତ୍ରୀ ବିହାର ଥାନା ଗଜପତି ନଗରରେ ଥିବା ଶାନ୍ତି ଗେଷ୍ଟ ହାଉସରୁ ଶିଳ୍ପପତି ତପନ ପ୍ରସାଦଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ତେବେ ତପନ ପ୍ରସାଦ ଆଚାର୍ଯ୍ୟ ସବୁ ମାସ ପରି ଭୁବନେଶ୍ୱର ଆସିଥିଲେ ଏକ କର୍ପୋରେଟ ମିଟିଂ ପାଇଁ। ମଙ୍ଗଳବାର ଶାନ୍ତି ଗେଷ୍ଟ ହାଉସରେ ଚେକ୍ ଇନ୍ କରି ୨୦୨ ନମ୍ବର ରୁମରେ ରହୁଥିଲେ। ଗତକାଲି ତାଙ୍କ ମୃତଦେହ ମିଳିଥିବା ନେଇ ପୁଲିସ ପରିବାର ଲୋକଙ୍କୁ ଖବର ଦେଇଥିଲା। ତେବେ କେମିତି ଶିଳ୍ପପତିଙ୍କ ମୃତ୍ୟୁ ହେଲା, ଏହା ହତ୍ୟା ନା ଆଉ କିଛି କାରଣ ରହିଛି ସେନେଇ କିଛି ସ୍ପଷ୍ଟ ହୋଇନାହିଁ।


