Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପିପିଲିରେ ସରିଲା ପ୍ରଚାର: ଗୁରୁବାର ଭୋଟ୍‌

ଭୁବନେଶ୍ୱର(ଓଡ଼ିଶା ୱେୟାର) : ପ୍ରାୟ ୩ଥର ସ୍ଥଗିତ ରହିବା ପରେ ଆସନ୍ତା ଗୁରୁବାର ୩୦ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବାକୁ ଯାଉଛି। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଗୋଟିଏ ଦିନ ପୂର୍ବରୁ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ବନ୍ଦ କରିଥିବାବେଳେ ଆସନ୍ତା ୩୦ତାରିଖରେ ପିପିଲି ନିର୍ବାଚନମଣ୍ଡଳୀର ମୋଟ ୩୪୮ଟି ବୁଥରେ ୨ଲକ୍ଷ ୨୯ହଜାର ୯୯୮ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ପିପିଲି ଉପନିର୍ବାଚନ ମଇଦାନରେ ମୋଟ ୧୦ଜଣ ପ୍ରାର୍ଥୀ ରହିଥିଲେ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ଓ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଲଢ଼େଇ ଜୋରଦାର ହେବାର ସମ୍ଭାବନା ରହିଛି। ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ସମସ୍ତ ପ୍ରକାରର ଏକଜିଟ୍ ପୋଲ ଉପରେ ନିର୍ବାଚନ କମିଶନ କଟକଣା ଜାରି ରହିଛନ୍ତି। କୌଣସି ସମ୍ବାଦପତ୍ର, ଗଣମାଧ୍ୟମ, ନ୍ୟୁଜବ୍ୟୁରୋ, ରେଡିଓ ଓ ଟିଭି ଚ୍ୟାନେଲ ଭୋଟ ଫଳାଫଳର ପୂର୍ବାନୁମାନ ପ୍ରକାଶ କିମ୍ବା ପ୍ରସାରଣ କରିପାରିବେ ବୋଲି ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ପିପିଲି ଉପନିର୍ବାଚନ ପାଇଁ ମୋଟ ୩୪୮ ବୁଥରେ ଭୋଟଗ୍ରହଣ କରାଯିବ। ଏହି ବୁଥ ମଧ୍ୟରୁ ପ୍ରାୟ ୧୦୨ଟି ବୁଥକୁ ଅତିସମ୍ବେଦନଶୀଳ ଘୋଷଣା କରାଯାଇ ସେଠାରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । କୋଭିଡ୍ ଗାଇଡଲାଇନକୁ ପାଳନ କରି ଭୋଟଗ୍ରହଣ କରାଯିବ । ସାନିଟାଇଜର, ଥର୍ମାଲ ସ୍କାନିଂ ଆଦି ବ୍ୟବସ୍ଥା ପ୍ରତ୍ୟେକ ବୁଥରେ କରାଯିବ। ଏଥିପାଇଁ ମୋଟ ୧୭୪୦ଜଣ ପୁଲିଂ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିବାବେଳେ ୩୪୦ଜଣଙ୍କୁ ରିଜର୍ଭ ରଖାଯାଇଛି । ମୋଟ ୨.୨୯ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ ବୋଲି ସୂଚନା ମିଳିଛି।
ଭୋଟ ଗ୍ରହଣ ଗୁରୁବାର ହେବାକୁ ଥିବାବେଳେ ପିପିଲିରେ ଡେରା ପକାଇଥିବା ନିର୍ବାଚନମଣ୍ଡଳୀ ବାହାରର ନେତାମାନଙ୍କୁ ସ୍ଥାନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ବିଜେଡି ପକ୍ଷରୁ ୧୦ରୁ ଅଧିକ ମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତାମାନେ ପ୍ରଚାରର ମଙ୍ଗ ଧରିଥିବାବେଳେ ବିଜେପି ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଗୋଟିଏ ଦିନ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ। ସେହିପରି କଂଗ୍ରେସ ପକ୍ଷରୁ ଦଳର ବରିଷ୍ଠ ନେତାମାନେ ଦଳୀୟ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ପାଇଁ ପ୍ରଚାରର ମଙ୍ଗ ଧରିଥିଲେ। ପ୍ରଥମଥର ପାଇଁ ଏହି ଉପନିର୍ବାଚନରେ ବିଜେଡି ନିଜର ଷ୍ଟାର ପ୍ରଚାରକ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପ୍ରଚାର ମଇଦାନକୁ ଓହ୍ଲାଇ ନାହିଁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top