Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଲମତାପୁଟ (ଓଡ଼ିଶା ଓ୍ବେୟାର): ପଇଡ଼ ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ। ତେବେ ଗଞ୍ଜେଇ ମାଫିଆ ମାନଙ୍କର ଏହି କୌଶଳ କାମ ଦେଲାନି। ପୁଲିସ୍ ସେମାନଙ୍କୁ ଧରିବା ସହିତ ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କା ହେବ।
-ଏହି ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ। ସଗର ଅଞ୍ଚଳରୁ ବିହାରକୁ ଏକ ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ କୋରାପୁଟ ଏସ୍‌ପି କୌଣସି ସୂତ୍ରରୁ ସୂଚନା ପାଇଥିଲେ। ଏହା ପରେ ତାଙ୍କ ନିର୍ଦ୍ଦେଶରେ ମାଛକୁଣ୍ଡ ଥାନା ଅଧିକାରୀଙ୍କ ନେତୃତ୍ୱରେ ଏକ ପୁଲିସ୍ ଟିମ୍ କଞ୍ଚଣା ଗାଁ ନିକଟରେ ନାକାବନ୍ଦୀ କରି ସମସ୍ତ ଗାଡ଼ିକୁ ଯାଞ୍ଚ କରିଥିଲେ। ମଧ୍ୟରାତ୍ରରେ ଏହି ପଇଡ଼ ବୋଝେଇ ଟ୍ରକ୍‌ଟି ସେଠାରେ ପହଞ୍ଚିଥିଲା। ଉପସ୍ଥିତ ପୁଲିସ୍ କର୍ମଚାରୀ ଯାଞ୍ଚ କରିବା ବେଳେ ସେଥିରୁ ଗଞ୍ଜେଇ ଭର୍ତ୍ତି ବସ୍ତା ଗୁଡ଼ିକୁ ପାଇଥିଲେ।
ଜବତ ଟ୍ରକ୍‌କୁ ଲମତାପୁଟ ଫାଣ୍ଡକୁ ଅଣାଯାଇଥିଲା। ସେଠାରେ ଗଞ୍ଜେଇ ଭର୍ତ୍ତି ବସ୍ତାଗୁଡ଼ିକୁ ଟ୍ରକ୍‌ରୁ ବାହାର କରି ଓଜନ କରାଯାଇଥିଲା। ଟ୍ରକ୍‌ରେ ମୋଟ ୭୦୧ କେଜି ୭୦୦ ଗ୍ରାମ ଗଞ୍ଜେଇ ଥିଲା ଓ ତା’ର ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କା ହେବ ବୋଲି ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ କୁମାର ମହାପାତ୍ର କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top