Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସିଡିଏମଓ ସମ୍ମିଳନୀ ଉଦଯାପିତ, ନିୟମିତ ପରିଦର୍ଶନରେ ଯିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ୱେୟାର):ଗତକାଲି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲ୍ଲା ମୁଖ୍ୟଚିକିତ୍ସା ଅଧିକାରୀମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀ ଉଦଯାପିତ ହୋଇଛି।ଏଥିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ଗତ ଦୁଇ ବର୍ଷ ମଧ୍ୟରେ ଆରମ୍ଭ କରାଯାଇଥିବା ପ୍ରାୟ ୧୫ ଟି ନୂତନ ଯୋଜନା ଉପରେ ବିସ୍ତୃତ ଆଲୋଚନା କରାଯାଇଛି।

ଜିଲ୍ଲା ମୁଖ୍ୟଚିକିତ୍ସା ଅଧିକାରୀମାନେ ସେମାନଙ୍କ ଜିଲ୍ଲାରେ ଏହି ସବୁ ଯୋଜନାଗୁଡିକର କାର୍ଯ୍ୟାକାରୀତା ଏବଂ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଠାରୁ ଆରମ୍ଭ କରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ସ୍ୱାସ୍ଥ୍ୟସେବା ସଂପର୍କରେ ପ୍ରତି ମାସରେ ନିୟମିତ ଭାବେ ପରିଦର୍ଶନ କରିବାକୁ ସ୍ୱାସ୍ଥ୍ୟ ସଚିବ ଡାଃ ପ୍ରମୋଦ କୁମାର ମେହେର୍ଦ୍ଦା ନିର୍ଦ୍ଦେଶ ଦେଇଛନ୍ତି।ଚଳିତ ବର୍ଷ ରାଜ୍ୟ ବଜେଟରେ ବୟବରାଦ ହୋଇଥିବା ଅର୍ଥର ପୂର୍ଣ୍ଣ ବିନିଯୋଗ କରିବାକୁ ଆବଶ୍ୟକ ପଦକ୍ଷେପଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି।ନିରାମୟ ମାଧ୍ୟମରେ ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କୁ ମାଗଣାରେ ଔଷଧ ପ୍ରଦାନ କରାଯାଉଛି।ଯଦି ନିରାମୟରେ କୌଣସି ଔଷଧ ସରିଯାଇଥିବ ତାହା ହେଲେ ସଂପୃକ୍ତ ଡାକ୍ତରଖାନା ତରଫରୁ ସେମାନଙ୍କୁ ପ୍ରଦାନ କରାଯାଇଥିବା ଅର୍ଥରୁ ସେହି ସବୁ ଔଷଧ କ୍ରୟ କରି ରୋଗୀଙ୍କୁ ପ୍ରଦାନ କରିବେ।

ନିଦାନ ଯୋଜନାରେ ରୋଗନିରୂପଣ ନିମନ୍ତେ ହାଇ-ଏଣ୍ଡ ପାଥୋଲୋଜି ପରୀକ୍ଷା ଠାରୁ ଆରମ୍ଭ କରି କଲଚର୍,ସେନ୍ସିଭିଟି,ବୋନ୍ମାରୋ , ସିଟିସ୍କାନ, ଏମ୍.ଆର୍.ଆଇ ଟେଷ୍ଟ,ସହାୟ ଯୋଜନାରେ ମାଗଣା ଡାଏଲିସିସ୍ ସେବା ଆଦି ନିମନ୍ତେ ପର୍ଯ୍ୟାପ୍ତ ଅର୍ଥ ପ୍ରଦାନ କରାଯାଇଛି।ଏଣୁ ଏହି ସବୁ ସେବା ଆବଶ୍ୟକ କରୁଥିବା ରୋଗୀମାନେ ଯେପରି ସେବା ପାଇବାରୁ ବଂଚିତ ନହୁଅନ୍ତି ତାକୁ ସୁନିଶ୍ଚିତ କରିବାକୁ କୁହାଯାଇଛି।ଡାକ୍ତରଖାନା ଗୁଡିକର ପରିମଳ ବ୍ୟବସ୍ଥା ବଜାୟ ରଖିବା ପାଇଁ ନିର୍ମଳ ଯୋଜନାରେ ଅର୍ଥ ପ୍ରଦାନ କରାଯାଇଛି।
ଦୁର୍ଗମ ଅଂଚଳମାନଙ୍କରେ ଗର୍ଭବତୀ ମହିଳାମାନଙ୍କୁ ଆନୁଷ୍ଠାନିକ ପ୍ରସବ ନିମନ୍ତେ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯିବା ନିମନ୍ତେ ବ୍ୟବସ୍ଥା କରାଯାଇଥିବା ଏକହଜାର ଟଙ୍କା ଏବଂ ପ୍ରସବପରେ ଘରକୁ ଫେରିବା ପାଇଁ ୫୦୦ ଟଙ୍କା ସେମାନଙ୍କୁ ତୁରନ୍ତ ପ୍ରଦାନ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟ ସରକାରଙ୍କ ମାଗଣା ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସଂପର୍କରେ ଜନସାଧାରଣଙ୍କୁ ସଚେତନ କରାଯିବା ଦିଗରେ ଆବଶ୍ୟକ ପଦ କ୍ଷେପଗ୍ରହଣ କରିବାକୁ କୁହାଯାଇଛି।ରାଜ୍ୟ ସ୍ତରରୁ ଆରମ୍ଭ କରି ଜିଲ୍ଲା ତଥା ସ୍ୱାସ୍ଥ୍ୟ ଉପକେନ୍ଦ୍ର ପର୍ଯ୍ୟନ୍ତ ସମନ୍ୱୟ ରକ୍ଷାକରି ଜନସାଧାରଣଙ୍କୁ ସ୍ୱାସ୍ଥ୍ୟସେବା ପ୍ରଦାନ ଦିଗରେ କାର୍ଯ୍ୟକରିବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟମାନଙ୍କ ମଧ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ , ସ୍ୱତନ୍ତ୍ର ସଚିବ ଡାଃ ବି.କେ.ବ୍ରହ୍ମା,ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାଃ ହରପ୍ରସାଦ ପଟ୍ଟନାୟକ ,ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାଃ ସ୍ୱପ୍ନେଶ୍ୱର ଗଡନାୟକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟକାରୀ କରାଯାଇଥିବା ବିଭିନ୍ନ ନୂତନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top