Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମତଦାନରେ ଭାରତ କରିଛି ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ: ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା ସବୁଠୁ ଅଧିକ ସଂଖ୍ୟକ ଭୋଟର ମତଦାନ ଦେଇଛନ୍ତି । ବିଶେଷ କରି ଜମ୍ମୁ-କାଶ୍ମୀର ଭଳି ସମ୍ବୋଦନଶୀଳ ଅଞ୍ଚଳରେ ଚଳିତ ବର୍ଷ ସର୍ବାଧିକ ଭୋଟର ମତଦାନ କରିଛନ୍ତି । ଏଥର ମତଦାନରେ ଭାରତ କରିଛି ବିଶ୍ଵ ରେକର୍ଡ।

ଭାରତରେ ୬୪୨ ନିୟୁତ ଭୋଟର ଅଛନ୍ତି। ଏହି ସଂଖ୍ୟା ବିଶ୍ୱରେ ଥିବା ୨୭ଟି ଦେଶର ଭୋଟରଙ୍କ ତୁଳନାରେ ପାଞ୍ଚ ଗୁଣ ଅଧିକ। ଚଳିତ ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଏହି ନିର୍ବାଚନରେ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି ବୋଲି ବୋଲି ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାର କହିଛନ୍ତି।

ସେ ଆଉ ମଧ୍ୟ କହିଛନ୍ତି ୨୦୧୯ ଠାରୁ ୨୦୨୪ରେ ଦେଶରେ ଅଧିକ ମହିଳାମାନେ ମତଦାନ ଦେଇଛନ୍ତି। ୩୧ କୋଟିରୁ ଅଧିକ ମହିଳା ଭୋଟରଙ୍କୁ ନେଇ ମତଦାନ ହୋଇଛି। ଲୋକସଭା ନିର୍ବାଚନରେ ୩୧କୋଟି ମହିଳାଙ୍କ ସମେତ କୋଟିରୁ ଅଧିକ ଭୋଟର ମତାଦାନ କରି ସାରା ବିଶ୍ୱରେ ରେକର୍ଡ କରିଛନ୍ତି । ଏହି ସଂଖ୍ୟା ଜି-୭ ଦେଶର ଭୋଟରଙ୍କ ତୁଳନାରେ ୧.୫ ଗୁଣ ଏବଂ ସମସ୍ତ ୟୁରୋପୀୟ ସଂଘର ୨୭ଟି ଦେଶର ଭୋଟରଙ୍କ ତୁଳନାରେ ୨.୫ ଗୁଣ ସର୍ବାଧିକ ।ଆଉ ମଧ୍ୟ ଆମେ ବୃଦ୍ଧଙ୍କ ଘରକୁ ଘର ଯାଇ ସେମାନଙ୍କ ଭୋଟ୍ ନେଇଛୁ। ୮୫ରୁ ଅଧିକ ବୟସ୍କ ଭୋଟରମାନେ ଘରୁ ଭୋଟ୍ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ରେକର୍ଡ ମତଦାନ ହୋଇଛି। ଚଳିତ ବର୍ଷ ଗତ ୪ ଦଶନ୍ଧି ମଧ୍ୟରେ ଜମ୍ମୁ କାଶ୍ମୀରରେ ସର୍ବଧିକ ମତଦାନ ହୋଇଛି।

ସେହିପରି ଚଳିତ ଲୋକସଭା ନିର୍ବାଚନରେ ରି-ପୋଲିଂ କମିଛି। ୨୭ ରାଜ୍ୟର କୌଣସି ବି ବୁଥ୍‌ରେ ହୋଇନି ପୁନଃ ମତଦାନ। ୨୦୧୯ ନିର୍ବାଚନରେ ୫୪୦ ସ୍ଥାନରେ ରି-ପୋଲିଂ ହୋଇଥିଲା। ହେଲେ ୨୦୨୪ରେ ମାତ୍ର ୩୯ଟି ବୁଥ୍‌ରେ ସାନି ମତଦାନ ହୋଇଛି। ମଣିପୁର, ଅରୁଣାଚଳ ପ୍ରଦେଶର ସର୍ବାଧିକ ୨୫ଟି ବୁଥ୍‌ରେ ସାନି ମତଦାନ ହୋଇଛି। ବାକି ୧୪ଟି ସାନି ମତଦାନ ଅନ୍ୟ ରାଜ୍ୟର ବୁଥ୍‌ରେ ହୋଇଛି।

ଝାଡ଼ଖଣ୍ଡ, ଛତିଶଗଡ଼ ଓ ଓଡ଼ିଶା ଭଳି ନକ୍ସଲପ୍ରବଣ ଅଞ୍ଚଳରେ ମାଓ ହିଂସା ହୋଇନି ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

ଅନ୍ୟପଟେ ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ଲୋକସଭା ନିର୍ବାଚନର ଫଳାଫଳ। ଏଥିପାଇଁ ସକାଳ ୮ଟାରୁ ଭୋଟ୍‌ ଗଣତି ହେବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top