Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବିଜୁ କଲ୍ୟାଣ ଯୋଜନା ପାଇଁ କେନ୍ଦ୍ର ଦେଇନି ସହାୟତା

ସ୍ୱାସ୍ଥ୍ୟ ବିଭାଗ ଦେଲା ସ୍ପଷ୍ଟୀକରଣ
ଭୁବନେଶ୍ୱର : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ କେନ୍ଦ୍ର ସରକାର ୭୦୦କୋଟି ଟଙ୍କାର ସହାୟତା ଦେଉଛନ୍ତି ବୋଲି ଅର୍ଥ ସଚିବ ତୁହିନକାନ୍ତ ପାଣ୍ଡେ ଗଣମାଧ୍ୟମକୁ କହିବାର ମାତ୍ର ୨ଘଂଟା ଭିତରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ପ୍ରେସ ରିଲିଜରେ କୁହାଯାଇଛି ଯେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ଅର୍ଥରେ କାର୍ଯ୍ୟକାରୀ ହେଉଛି । ଏଥିରେ କୌଣସି କେନ୍ଦ୍ରୀୟ ସହାୟତା ନାହିଁ । କେନ୍ଦ୍ର ସହାୟତା ଦେଉଛି ବୋଲି କିଛି ଗଣମାଧ୍ୟମରେ ବିଭ୍ରାନ୍ତି ସୃଷ୍ଟି ହୋଇଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଆର୍ଥିକ ବର୍ଷରେ ମୋଟ ୧୦୦୩.୫୨ କୋଟି ଟଙ୍କା ବ୍ୟୟ ହେବ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ରଠୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ହସ୍ପ୍ିଟାଲରେ ସବୁ ବର୍ଗର ଲୋକଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ସୁବିଧା ବାବଦରେ ସରକାର ୭୧୩.୫୨ କୋଟି ଟଙ୍କା ଖର୍ଚ୍ଚ କରିବେ । ତେବେ କେନ୍ଦ୍ର ସରକାର ଦେଉଥିବା ଅର୍ଥରେ ଓଡ଼ିଶାକୁ ଜାତୀୟ ସ୍ୱାସ୍ଥ୍ୟ ମିଶନରେ ୭୮୫ କୋଟି ଟଙ୍କା ମିଳିଛି । ଓଡ଼ିଶା ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ୭୦ଲକ୍ଷ ଗରିବ ପରିବାରର ମହିଳାଙ୍କୁ ବାର୍ଷିକ ୭ଲକ୍ଷ ଟଙ୍କା ଓ ପୁରୁଷଙ୍କୁ ୫ଲକ୍ଷ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସୁରକ୍ଷା ସୁବିଧା ସରକାର ଯୋଗାଇ ଦେବେ । ଚଳିତ ଆର୍ଥିକ ବର୍ଷରେ ଏବାବଦରେ ୨୯୦ କୋଟି ଟଙ୍କା ବ୍ୟୟ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top