Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଦେଶ- ବିଦେଶ

ଓଡ଼ିଶାକୁ ମିଳିବ ୧୦୨୪ କୋଟିର ଅତିରିକ୍ତ ସହାୟତା

ଭୁବନେଶ୍ୱର(ଓଡ଼ିଶା ୱେୟାର):ତିତଲି ପ୍ରଭାବିତଙ୍କ ପାଇଁ କେନ୍ଦ୍ର ସରକାର ୧୦୨୩.୫୯ କୋଟି ଟଙ୍କାର ଅତିରିକ୍ତ ସହାୟତା ମଞ୍ଜୁର କରିଛନ୍ତି।ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏନଡିଆରଏଫ)ରୁ ଏହି ଅତିରିକ୍ତ ସହାୟତା ମିଳିବ। ତିତଲି ବାତ୍ୟା ଓ ପରବର୍ତୀ ବନ୍ୟାରେ କ୍ଷତିଗ୍ରସ୍ତଙ୍କ ପାଇଁ ଓଡ଼ିଶା ସରକାର ୨୦୨୩.୧୩ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା ଦାବି କରିଥିଲେ।
ଆଜି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ, କୃଷିମନ୍ତ୍ରୀ ରାଧାମୋହନ ସିଂ, ସ୍ୱରାଷ୍ଟ୍ର ସଚିବ ରାଜୀବ ଗୁହା, ଅର୍ଥ ଓ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଅନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଓଡ଼ିଶା ଓ ତ୍ରିପୁରାରେ ପୁନର୍ବାସ ଓ ଥଇଥାନ କାର୍ଯ୍ୟ ନିମନ୍ତେ ପ୍ରାକୃତିକ ବିପର୍ଯ୍ୟୟ ପାଣ୍ଠି ଅନୁମୋଦନ ହୋଇଛି। ତିତଲି କ୍ଷତିଗ୍ରସ୍ତଙ୍କ ପାଇଁ ଅତିରିକ୍ତ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଦୁଇଦିନ ତଳେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଥିଲେ।ଏହାପୂର୍ବରୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜନାଥଙ୍କୁ ଭେଟି ତିତଲି ପ୍ରଭାବିତଙ୍କ ପାଇଁ ଓଡ଼ିଶାର ଦାବିକୁ ବିଚାରକୁ ନେଇ ତୁରନ୍ତ ସହାତୟା ପ୍ରଦାନ ନିମନ୍ତେ ଅନୁରୋଧ କରିଥିଲେ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅକ୍ଟୋବର ୧୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଡିସେମ୍ବର ୧୩ତାରିଖରେ ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ସିଂଙ୍କୁ ମଧ୍ୟ ଚିଠି ଲେଖି ତୁରନ୍ତ ସହାୟତା ଦେବା ପାଇଁ ଅନୁରୋଧ କରିଥିଲେ।
ସୂଚନାଯୋଗ୍ୟ, ଗତ ନଭେମ୍ବର ମାସରେ କେନ୍ଦ୍ର ସରକାରଙ୍କ ଆନ୍ତଃ ମନ୍ତ୍ରଣାଳୟ ଟିମ୍ ଓଡ଼ିଶା ଗସ୍ତରେ ଆସି କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ।୧୭ଟି ଜିଲ୍ଲାରେ ତିତଲି ବାତ୍ୟା ଓ ବନ୍ୟା ଯୋଗୁ ୧୨୮ଟି ବ୍ଲକର ୬୦.୩୧ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top