Latest

ଆସନ୍ତା ୧୩ରେ ଲଘୁଚାପ ସମ୍ଭାବନା

Posted on

ଭୁବନେଶ୍ୱର (ଓଡ଼ିଶା ୱେୟାର): ଘୂର୍ଣ୍ଣି ବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ରଟି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ୍ କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ, ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହା କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ। ଏହା ପଶ୍ଚିମ-ଉତ୍ତର ମୁହାଁ ହୋଇ ୧୫ ତାରିଖ ସୁଦ୍ଧା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ୱେଲମାର୍କଡ ଲଘୁଚାପ ଭାବେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କିଛି ତଳେ ବାତ୍ୟା ‘ଗୁଲାବ’ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଥିଲା। ବିଶେଷ କରି ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶା ଉପରେ ଅଧିକ ପଡ଼ିଥିଲା। କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗୀ ବ୍ଲକରେ ସବୁଠୁ ଅଧିକ ବର୍ଷା ହୋଇଥିଲା। ଏହା ପ୍ରଭାବରେ ବିଜୟନଗରମରୁ କୋରାପୁଟ ରାସ୍ତାର ସୁଙ୍କି ଘାଟିରେ ଭୂସ୍ଖଳନ ହୋଇଥିଲା।

Leave a Reply

Your email address will not be published. Required fields are marked *

Most Popular

Exit mobile version