Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ତିତଲି ପ୍ରଭାବିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍

ଭୁବନେଶ୍ୱର:ସାମୁଦ୍ରିକ ଝଡ଼ ତିତଲି କ୍ଷୟକ୍ଷତିର ଶୀକାର ହୋଇଥିବା ୧୭ଟି ଜିଲ୍ଲାର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ପରେ ଏହି କ୍ଷତିପୂରଣ ପ୍ୟାକେଜ୍ ଘୋଷଣା ହୋଇଛି।
୩୩ ପ୍ରତିଶତ ବା ଅଧିକ ଫସଲ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ଅଣ ଜଳସେଚିତ ଚାଷ ଜମି ପାଇଁ ହେକ୍ଟର ପିଛା ୬୮୦୦ଟଙ୍କା ଓ ଜଳସେଚିିତ ଜମି ପାଇଁ ୧୩,୫୦୦ ଟଙ୍କା, ସବୁଦିନିଆ ଫସଲ କ୍ଷେତ୍ରରେ ହେକ୍ଟର ପିଛା ୧୮ହଜାର ଟଙ୍କାର ଇନପୁଟ ସବସିଡି ପ୍ରକୃତ ଚାଷୀଙ୍କୁ ହିଁ ଦିଆଯିବ।ଏସବୁ ଇନପୁଟ ସବସିଡି ସବୁଦିନିଆ ଫସଲ କ୍ଷେତ୍ରରେ ଅତିକମରେ ୨ହଜାର ଟଙ୍କା ଓ ଅନ୍ୟାନ୍ୟ ଫସଲ ପାଇଁ ହଜାରେ ଟଙ୍କାରୁ କମ୍ ହେବ ନାହିଁ।ପ୍ରଭାବିତ ଅଂଚଳର ଚାଷୀଙ୍କୁ ୨ଲକ୍ଷ ସ୍ୱତନ୍ତ୍ର ମିନି କିଟ୍ (୧ଲକ୍ଷ ୨୦ହଜାର ଡାଲି ଜାତୀୟ ଶସ୍ୟବୀଜ, ୩୦ହଜାର ତୈଳବୀଜ,୫୦ହଜାର ପନିପରିବା ମଞ୍ଜି କିଟ୍)ଯୋଗାଇ ଦିଆଯିବ।ଗୁହାଳ ପୁନରୁଦ୍ଧାର ପାଇଁ ୧୦ହଜାର ଚାଷୀଙ୍କୁ ୧.୧୩ଲକ୍ଷ ଟଙ୍କା ଲେଖାଏ ,ଛେଳି ଗୁହାଳ ପୁନରୁଦ୍ଧାର ପାଇଁ ୧୦ହଜାର ଚାଷୀଙ୍କୁ ୪୪ହଜାର ଟଙ୍କା ଲେଖାଏ, କୁକୁଡ଼ା ପାଳନ ପାଇଁ ୨୦ହଜାର ଟଙ୍କା ଲେଖାଏ ଦେବାକୁ ସରକାର ଘୋଷଣା କରିଛନ୍ତି।
ସେହିପରି ୨୦୧୮ ଖରିଫର ସ୍ୱଳ୍ପମିଆଦୀ ଋଣକୁ ମଧ୍ୟମମିଆଦୀକୁ ପରିବର୍ତନ କରିବାକୁ ସରକାର ଘୋଷଣା ରକରିଥିବାବେଳେ ଚଳିତବର୍ଷ ଫସଲ ଋଣ ଶୁଝିବା ଅବଧିକୁ ୨୦୧୯ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।ବାତ୍ୟା ଓ ବନ୍ୟା ପ୍ରଭାବିତ ଅଂଚଳରେ ୩୩ ପ୍ରତିଶତରୁ ଅଧିକ ଫସଲ କ୍ଷତି ହୋଇଥିବା ଜମିରୁ ଖଜଣା ଓ ଜଳକର ସମ୍ପୂର୍ଣ୍ଣ ଛାଡ଼ ହେବ।ଏହାବ୍ୟତୀତ ବାତ୍ୟା ପ୍ରଭାବିତ ଅଂଚଳରେ ଥିବା ହାଇସ୍କୁଲ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ସମସ୍ତ ଦେୟ ଓ ପରୀକ୍ଷା ଫି ଛାଡ଼ ସହ ପ୍ରାଥମିକ ସ୍କୁଲର ପିଲାମାନଙ୍କୁ ମାଗଣା ଅତିରିକ୍ତ ଦୁଇହଳ ସ୍କୁଲ ୟୁନିଫର୍ମ ଓ ପାଠ୍ୟପୁସ୍ତକ ପ୍ରଦାନ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top