Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବାତ୍ୟା ଅଂଚଳ ବୁଲିଲେ ମୁଖ୍ୟମନ୍ତ୍ରୀ, ପ୍ୟାକେଜ୍ ଘୋଷଣା କଲେ

୪୬ଲକ୍ଷ ଲୋକ ପ୍ରଭାବିତ
ଭୁବନେଶ୍ୱର : ସାମୁଦ୍ରିକ ଝଡ଼ ‘ତିତଲି’ ଓ ପରବର୍ତୀ ବନ୍ୟାରେ ୧୧ଟି ଜିଲ୍ଲାର ୪୫.୮୪ଲକ୍ଷ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି।ଏହାବ୍ୟତୀତ ଗଜପତି ଜିଲ୍ଲାରେ ମାଟିଅତଡ଼ା ଧସିବାରୁ ୧୨ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହିତ ତିତଲି ପ୍ରଭାବିତ ଅଂଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ୱତନ୍ତ୍ର ରିଲିଫ୍ ପ୍ୟାକେଜ ଘୋଷଣା କରିଛନ୍ତି ।

ଆଜି ତିତଲି ପ୍ରଭାବିତ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ଅଂଚଳକୁ ଆକାଶ ମାର୍ଗରୁ ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଥିଲେ।

ବୈଠକ ପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ୧୫ଦିନ ପର୍ଯ୍ୟନ୍ତ ରିଲିଫ୍ ଯୋଗାଇ ଦିଆଯିବ।ବୟସ୍କଙ୍କ ପାଇଁ ଦିନକୁ ୬୦ଟଙ୍କା ମୂଲ୍ୟରେ ଖାଦ୍ୟ ଓ ଛୋଟପିଲାଙ୍କ ପାଇଁ ୪୫ଟଙ୍କା ମୂଲ୍ୟରେ ଦୈନିକ ମାଗଣା ଖାଦ୍ୟ ଦିଆଯିବ।ପ୍ରଭାବିତ ଅଂଚଳରେ ଶୁଦ୍ଧ ପାନୀୟ ଜଳ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବାସହ ଆସନ୍ତାକାଲି ସୁଦ୍ଧା ବନ୍ୟା ପ୍ରଭାବିତ ଅଂଚଳରେ ନଳକୂପକୁ ମରାମତି କରାଯିବ ବୋଲି ସେ କହିଛନ୍ତି । ଆସନ୍ତା ୪୮ଘଂଟା ମଧ୍ୟରେ ଏସବୁ ଅଂଚଳରେ ୯୦ ପ୍ରତିଶତ ସ୍ଥାନରେ ବିଦ୍ୟୁତ ସେବା ସ୍ୱାଭାବିକ ହେବ ଓ ୧୦ ପ୍ରତିଶତ ଅଂଚଳରେ ୩ରୁ ୫ଦିନ ମଧ୍ୟରେ ବିଦ୍ୟୁତ ସଂଯୋଗ ଯୋଗାଇ ଦିଆଯିବ।କ୍ଷୟକ୍ଷତି ଆକଳନ କରାଯିବା ପରେ କେନ୍ଦ୍ର ସରକାରଙ୍କ ନିକଟରେ ସହାୟତା ପାଇଁ ଦାବି ରଖାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଚାଷ ଜମି କ୍ଷତି ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଅନ୍ୟପକ୍ଷରେ ମୁଖ୍ୟ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ ବାତ୍ୟା ଓ ବନ୍ୟାରେ ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ,କେନ୍ଦ୍ରାପଡ଼ା, କେନ୍ଦୁଝର,କଟକ,ଢେଙ୍କାନାଳ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର ୭୬ଟି ବ୍ଲକ୍ ଅନ୍ତର୍ଗତ ୬୩୪୧ଟି ଗାଁର ପ୍ରାୟ ୪୫.୮୪ଲକ୍ଷ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି।ବାତ୍ୟା ସମୟରେ ୩ ଲକ୍ଷ ୪୨ହଜାର ୬୨୧ଜଣ ଲୋକଙ୍କୁ ୧୨୬୮ଟି ନିରାପଦ ଆଶ୍ରୟସ୍ଥଳକୁ ନିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top