Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଲୋକକଳା ମାଧ୍ୟମରେ “ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ର ସଚେତନତା 

ମାସକ ମଧ୍ୟରେ ୪୫ ଲକ୍ଷ ହିତାଧିକାରୀ ଉପକୃତ, ପ୍ରଚାର ରଥର ଶୁଭାରମ୍ଭ

ଭୁବନେଶ୍ୱର: ଜନସାଧାରଣଙ୍କୁ ସାର୍ବଜନୀନ ସ୍ୱାସ୍ଥ୍ୟସେବା ପ୍ରଦାନ ପାଇଁ “ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ ରାଜ୍ୟ ସରକାରଙ୍କର ଏକ ଅଭିନବ ପ୍ରୟାସ।ଆର୍ଥିକ ଦୁର୍ବଳ ଶ୍ରେଣୀର ପରିବାରଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ନିମନ୍ତେ ଏହା ଉଦ୍ଧିଷ୍ଟ।ଏହି ଯୋଜନା ସଂପର୍କରେ ଜନସାଧାରଣଙ୍କୁ ଲୋକକଳା ମାଧ୍ୟମରେ ସଚେତନ କରିବା ନିମନ୍ତେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ପ୍ରଚାର ରଥର ଶୁଭାରମ୍ଭ କରିଛନ୍ତି।ରାଜ୍ୟର କୋଣ-ଅନୁକୋଣରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସଂପର୍କରେ ଲୋକଙ୍କ ପାଖରେ ପହଂଚାଇବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଏହି ରଥ ଗଞ୍ଜାମ, ଖୋର୍ଦ୍ଧା , ସମ୍ବଲପୁର , ସୁନ୍ଦରଗଡ , କଳାହାଣ୍ଡି , ମୟୁରଭଞ୍ଜ , କେନ୍ଦୁଝର , କୋରାପୁଟ , କଟକ ଓ ବଲାଙ୍ଗିରି ଭଳି ୧୦ଟି ଜିଲ୍ଲାରେ ନିୟୋଜିତ କରାଯାଉଛି।ପରବର୍ତି ପର୍ଯ୍ୟାୟରେ ଅନ୍ୟ ସବୁ ଜିଲ୍ଲାକୁ ଯିବ।
ଏ ସଂପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେଏହି ରଥ ମାଧ୍ୟମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ବନ୍ଧୀୟ ସମସ୍ତ ପ୍ରକାର ତଥ୍ୟ ସୂଚନା ଦେବା ସହିତ ଲୋକକଳା ଭଳି ଏକ ବଳିଷ୍ଠ ପ୍ରଚାର ମାଧ୍ୟମରେ ଜିଲ୍ଲା ଲୋକକଳା ସଂଘ , ବ୍ଲକ୍ ଲୋକକଳା ସଂଘ ଓ ସହରାଂଚଳ ଲୋକକଳା ସଂଘ ସଦସ୍ୟମାନେ ବୋଧଗମ୍ୟ ଭାଷା ଓ ଅଭିନୟ ମାଧ୍ୟମରେ ଏହି ଯୋଜନା ସଂପର୍କରେ ପ୍ରଚାର ପ୍ରସାର କରି ସଚେତନ କରାଇବେ । ଏହା ସ୍ଥାନୀୟ ସମୃଦ୍ଧ ଲୋକକଳାର ପାରଦର୍ଶିତା ବୃଦ୍ଧିରେ ମଧ୍ୟ ସହାୟକ ହୋଇପାରିବ। ଗତ ଅଗଷ୍ଟ ୧୫ ତାରିଖରୁ ଏହି ଯୋଜନା ଆରମ୍ଭ ହୋଇଛି । ଏଥିରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ତଥା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ସ୍ୱାସ୍ଥ୍ୟ ସେବା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି।ଓଡିଶାର ଜନସାଧାରଣଙ୍କୁ ଜାତି,ଧର୍ମ ,ବର୍ଣ୍ଣ,ଆୟ ଏବଂ ବା ସ୍ଥାନ ନିର୍ବିଶେଷରେ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଠାରୁ ଆ୍ରମ୍ଭ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ବିନା ମୂଲ୍ୟରେ ସ୍ୱାସ୍ଥ୍ୟସେବା ପ୍ରଦାନ କରାଯିବ।ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଓଡିଶାର ୭୦ ଲକ୍ଷ ପରିବାରଙ୍କ ନିମନ୍ତେ ପରିବାର ପିଛା ୫ ରଲକ୍ଷ ଓ ମହିଳାଙ୍କ କ୍ଷେତ୍ରରେ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସୁରକ୍ଷା ପ୍ରଦାନ କରାଯିବ।ବିଜୁ କୃଷକ କଲ୍ୟାଣ ଯୋଜନା , ରଷ୍ଟ୍ରୀୟ ସ୍ୱାସ୍ଥ୍ୟ ବିମା ଯୋଜନା ଏବଂ ଓଡିଶା ରାଜ୍ୟ ଚିକିତ୍ସା ପାଣ୍ଠି ପାଇଁ ଯୋଗ୍ୟ ବିବେଚିତ ସମସ୍ତ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛନ୍ତି।ଗତ ଅଗଷ୍ଟ ମାସ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ପ୍ରଥମ ମାସ ସୁଦ୍ଧା ୪୫ ଲକ୍ଷ ହିତାଧିକାରୀଙ୍କୁ ବିନା ମୂଲ୍ୟରେ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଇ ଏକନୂତନ ଯୁଗର ଅୟାମାରମ୍ଭ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି।

ଏହି ରଥର ଶୁଭାରମ୍ଭ ଉତ୍ସବରେ ସ୍ୱାସ୍ଥ୍ୟ ସଚିବ ଡାଃ ପ୍ରମୋଦ କୁମାର ମେହେର୍ଦ୍ଦା , ଜାତୀୟ ସ୍ୱାସ୍ଥୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ରାଜ୍ୟ ମେଡିକାଲ ନିଗମ ଏମ୍.ଡି ଅର୍ଚ୍ଚନା ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top