Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉକ୍ରଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମବାର୍ଷିକୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସତ୍ୟବାଦୀର ବକୁଳ ବନଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିଛନ୍ତି । ଓଡ଼ିଆ ଭାଷା, ସାହିିତ୍ୟ ଓ ସଂସ୍କୃତିର ଉନ୍ନତିକରଣ ଦିଗରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆଜି ଉକ୍ରଳମଣି ଗୋପବନ୍ଧୁଙ୍କ ଜନ୍ମ ବାର୍ଷିକୀ ଅବସରରେ ସତ୍ୟବାଦୀର ବକୁଳ ବନରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସଦ ପିନାକୀ ମିଶ୍ର, ମନ୍ତ୍ରୀ ପ୍ରଦୀପ ମହାରଥୀ, ମହେଶ୍ୱର ମହାନ୍ତି, ଅଶୋକ ପଣ୍ଡା ଓ ପ୍ରତାପ ଜେନାଙ୍କ ସମେତ ବିଧାୟକ ସଞ୍ଜୟ ଦାସବର୍ମା, ସମୀର ଦାଶ, ଉମାବଲ୍ଲଭ ସାମନ୍ତରାୟ ଆଦି ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଦେବା ପାଇଁ ପିପିଲିଠୁ ସତ୍ୟବାଦୀ ପର୍ଯ୍ୟନ୍ତ ରାସ୍ତାର ଦୁଇକଡ଼ରେ ମହିଳାମାନେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।
ସୂଚନାଯୋଗ୍ୟ ୧୯୦୯ ମସିହାରେ ପଂଚସଖା ସତ୍ୟବାଦୀରେ ବକୁଳ ବନ ବିଦ୍ୟାଳୟ ଗଢ଼ିଥିଲେ । ପ୍ରାୟ ୧୦୯ ବର୍ଷ ପରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ସ୍ୱପ୍ନ ପୂରଣ କରିବା ପାଇଁ ରାଜ୍ୟ ସରକାର ଆନ୍ତରିକତା ପ୍ରଦର୍ଶନ କରିଛନ୍ତି । ଓଡ଼ିଆ ଭାଷାର ପ୍ରସାର, ପ୍ରଚାର ଓ ଉଚ୍ଚତର ଗବେଷଣା କାର୍ଯ୍ୟ ନିମନ୍ତେ ଏହି ବିଶ୍ୱବିଦ୍ୟାଳୟ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top