Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆଦିବାସୀ ପଡିଆରେ ଜନଜାତି ହାଟର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଆଦିବାସୀ ପଡିଆରେ ତିନି ଦିନିଆ ସର୍ଗିଫୁଲ-୨୦୧୮ ଉତ୍ସବର ଉଦଘାଟନ କରିଛନ୍ତି।ନିଜେ ପାଠ ପଢିବା ସହ ନିଜ ପରିବାର ଓ ଗାଁର ପିଲାମାନଙ୍କୁ ପାଠ ପଢିବା ପାଇଁ ଉତ୍ସାହିତ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ ପଡିଆରେ ଜନଜାତି ଲୋକମାନଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ଦ୍ରବ୍ୟର ବିକ୍ରିବଟା ପାଇଁ ଏକ ସ୍ଥାୟୀ ହାଟର ଭିତ୍ତିପ୍ରସ୍ତର ରଖିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ପ୍ରାୟ ୬ ଲକ୍ଷ ଜନଜାତି ଛାତ୍ରଛାତ୍ରୀଙ୍କୁ ଆବାସିକ ସୁବିଧା ଦିଆଯାଇଛି।ସାରା ଦେଶର ସବୁ ରାଜ୍ୟ ମଧ୍ୟରୁ ଓଡିଶାରେ ହିଁ ସର୍ବାଧିକ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ଆବାସିକ ସୁବିଧା ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏଥିସହିତ ଜନଜାତି ପିଲାମାନଙ୍କୁ ସହରର ବଡ ବଡ ଘରୋଇ ସ୍କୁଲରେ ଇଂରାଜୀ ମାଧ୍ୟମ ଶିକ୍ଷା ମଧ୍ୟ ଦିଆଯାଉଛି। ସେମାନଙ୍କ ଉଚ୍ଚଶିକ୍ଷା ପାଇଁ ଆଙ୍କକ୍ଷା କାର‌୍ୟ୍ୟକ୍ରମ ମଧ୍ୟ କାର୍ଯ୍ୟକାରୀ କରାଯାଉଛି।୧୯ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲାମାନଙ୍କୁ ମାଟ୍ରିକ ପୂର୍ବ ଓ ପରବର୍ତ୍ତି ବୃତ୍ତି ଆକରରେ ୧୧୦୦ କୋଟି ଟଙ୍କା ପ୍ରଦାନ କରାଯାଉଛି।ଓବିସି ଓ ଏସଇବିସି ପିଲାମାନଙ୍କ ପାଇଁ ୧୦୦ଟି ହଷ୍ଟେଲ ଓ ସଂଖ୍ୟାଲଘୁ ପିଲାମାନଙ୍କ ପାଇଁ ୪୦ଟି ହଷ୍ଟେଲ କରିବା ପାଇଁ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top